ମୁଖ୍ୟ ଖବର ତେଜୁଛି କୋଲ ୱାସେରୀ ବିବାଦ Angul OnlineFebruary 27, 2023February 27, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଗ୍ଲୋବାଲ କୋଲ ୱାସେରିକୁ ନେଇ ବିବାଦ ତେଜିବାରେ ଲାଗିଛି । ଗତ ଦୁଇଦିନ ହେଲା ଏହାକୁ ପ୍ରଦୂଷଣର ଆଳ ଦେଖାଇ ବନ୍ଦ କରିବାକୁ ଗୋଟିଏ ଗୋଷ୍ଠୀ ଆନ୍ଦୋଳନ କରୁଥିବା ବେଳେ ଏହାକୁ ବନ୍ଦ ନ କରିବାକୁ ଦାବି କରି ଆଉ ଏକ ଗୋଷ୍ଠୀ ଆନ୍ଦୋଳନକୁ ଓଲ୍ହାଇ ଥିଲେ । ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଆଜି ତାଳଚେର ଘଣ୍ଟପଡା ବାସୀ ତଥା ସପକ୍ଷବାଦୀଙ୍କ ପକ୍ଷରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ରେଳରୋକ ଆନ୍ଦୋଳନ କରାଯାଇଛି । ଘଣ୍ଟପଡ଼ା ଠାରେ ସପକ୍ଷବାଦୀଙ୍କ ପକ୍ଷରୁ ଶତାଧିକ ମହିଳା ଓ ପୁରୁଷଙ୍କ ଦ୍ୱାରା କୋଇଲା ବୋଝେଇ ଟ୍ରେନ ବନ୍ଦ କରି ଆନ୍ଦୋଳନ କରିଛନ୍ତି । ଅନ୍ୟପଟେ ବିପକ୍ଷବାଦୀଙ୍କ ପକ୍ଷରୁ ପ୍ଲାଣ୍ଟ ସମ୍ମୁଖରେ ଧାରଣା ଦିଆଯାଇଛି । ଏହି ପ୍ଲାଣ୍ଟ ବନ୍ଦ ହେବା ଫଳରେ କମ୍ପାନୀ ରେ କାର୍ଯ୍ୟରତ ଶ୍ରମିକ ମାନେ ନିଜର ଜୀବନ ଜୀବିକା ହରାଇବାର ସମ୍ଭାବନା ରହିଛି । ଯାହାକୁ ନେଇ ଆଜି ଘଣ୍ଟପଡ଼ା ଠାରେ କୋଇଲା ବୋଝେଇ ଟ୍ରେନ ଚଳାଚଳକୁ ଶ୍ରମିକ ଓ ତାଙ୍କ ପରିବାର ପକ୍ଷରୁ ବନ୍ଦ କରାଯାଇଛି । ଘଟଣାସ୍ଥଳରେ ପ୍ରଶାସନ ପକ୍ଷରୁ ଆଲୋଚନା ଜାରି ରହିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଘଟଣା ସ୍ଥଳରେ ପୁଲିସ ଫୋର୍ସ ମୁତୟନ କରାଯାଇଛି । Advertisement
ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ ଦାବିରେ ବିଶାଳ ଚାଷୀ ବିକ୍ଷୋଭ ଅନୁଗୁଳ – ଅନୁଗୁଳ ଜିଲ୍ଲାର ୯୨ଟି ରାଜସ୍ୱ ଗ୍ରାମକୁ ଦଖଲ ପ୍ରଦାନ କରିନଥିବା ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ…
ଏକ କୋଟି ୮୫ ଲକ୍ଷ ଟଙ୍କାର ହିସାବ ନାହିଁ – ଥାନାରେ ଅଭିଯୋଗ ଅନୁଗୋଳ – ଆଇସିଆଇ ବ୍ୟାଙ୍କରୁ ୧ କୋଟି ୮୫ଲକ୍ଷ ଟଙ୍କା ହଡପ ନେଇ ଥାନାରେ ଅଭିଯୋଗ । ଜଣେ ଅଟକ । ଅନୁଗୋଳ ଜିଲା ଛେଣ୍ଡିପଦା ରେ…
ସାମାଜିକ ବାସନ୍ଦ ଯୋଗୁଁ ବଡ଼ପୁଅଙ୍କୁ ମା’ର ଶବ ଛୁଆଁଇ ଦେଲେନି ପାଲଲହଡ଼ା – ୩୦ ବର୍ଷ ପୂର୍ବେ ଗୁଣିଗାରେଡ଼ି ସନ୍ଦେହରେ ଗାଁର ଜଣେ ବ୍ୟକ୍ତିଙ୍କୁ ବାସନ୍ଦ କରାଯାଇଥିବା ବେଳେ ନିକଟରେ ତାଙ୍କୁ ନିଜ ମା’ଙ୍କ ମୃତଦେହ ଛୁଇଁବାକୁ ଦିଆଯାଇ…