ମୁଖ୍ୟ ଖବର ଅଜଣା ଗାଡି ଧକ୍କାରେ ଯୁବକ ମୃତ Angul OnlineFebruary 4, 2021February 4, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଅନୁଗୁଳ-ଦେବଗଡ ୬୩ ନମ୍ବର ରାଜ୍ୟ ରାଜପଥର ଗୋଳାଗାଡିଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କୋଶଳା ଗ୍ରାମର ହେମନ୍ତ ସାହୁଙ୍କ ପୁଅ ରଞ୍ଜିତ ସାହୁ (୨୯) ବୋଲି ଜଣା ପଡିଛି । ସୂଚନା ଅନୁସାରେ ରଞ୍ଜିତ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡରେ କାମ କରନ୍ତି । ଆଜି ସନ୍ଧ୍ୟାରେ ସେ କମ୍ପାନୀରୁ କାମ ସାରି ମୋଟରସାଇକେଲରେ ଘରକୁ ଫେରୁଥିବା ବେଳେ କୌଣସି ଗାଡି ତାଙ୍କୁ ଧକ୍କା ଦେଇଥିଲା । ସେ ରାସ୍ତାରେ ରକ୍ତ ଜୁଡୁବୁଡୁ ହୋଇ ପଡିଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ଲୋକ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଶିକାରୀ ହେଲା ଶିକାର – ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଶିକାରୀର ମୃତ୍ୟୁ ଅନୁଗୁଳ – ଅନୁଗୁଳ ବ୍ଲକ ପୁରୁଣାକୋଟ ଥାନା ଅଞ୍ଚଳରେ ଆଜି ଜଣେ ଶିକାରୀ ନିଜେ ଶିକାର ହୋଇଥିବା ଜଣା ପଡିଛି । ଶିକାରୀ ଜଣଙ୍କ ବିଦ୍ୟୁତ ତାର…
ଜୋର ଜବରଦସ୍ତ ଚାନ୍ଦା ଅଭିଯୋଗ – ଡ୍ରାଇଭରମାନେ ଏକାଠି ହୋଇ ଛିଡା କରିଦେଲେ ଟ୍ରକ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋନଗର ସିପିପି ପ୍ଳାଣ୍ଟ ସମ୍ମୁଖରେ କିଛି ଲୋକ ଜୋର ଜବରଦସ୍ତ ଚାନ୍ଦା ଆଦାୟ କରୁଥିବା ଅଭିଯୋଗ କରିଛନ୍ତି ଡ୍ରାଇଭର । ଚାନ୍ଦା…
ପ୍ରେମିକ ସହ ସ୍ତ୍ରୀ ଫେରାର ହୋଇଯିବା ପରେ ଆତ୍ମହତ୍ୟା କଲେ ସ୍ୱାମୀ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଲଙ୍ଗୁଳି ଗ୍ରାମରେ ଜୈନେକା ବିବାହିତା ମହିଳା ତାଙ୍କ ସ୍ୱାମୀ ଓ ଦୁଇ ସନ୍ତାନ ଛାଡି ପ୍ରେମିକ ସହ…