ମୁଖ୍ୟ ଖବର ହାତୀ ଆକ୍ରମଣରେ ଯୁବକ ମୃତ Angul OnlineJune 13, 2023June 13, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ମୃତ ଯୁବକ ଜଣଙ୍କ ହେଲେ ପୁରୁଣାଗଡ଼ ବଡଦାଣ୍ଡସାହିର ଲିଟୁ ଖଟୁଆ । ସୂଚନା ଅନୁସାରେ ଆଜି ସନ୍ଧ୍ୟାରେ ପୁରୁଣାଗଡ଼ ଗାଁ ନିକଟକୁ ହାତୀ ପଲ ଆସିଥିବା ବେଳେ ଗାଁ ଲୋକ ଘଉଡାଇବାକୁ ଚେଷ୍ଟା କରିଥିଲେ । ଏହା ଭିତରେ ଲିଟୁ ମଧ୍ୟ ଥାଇ ହାତୀ ଘଉଡାଉ ଥିଲେ । ତେବେ ହଠାତ ହାତୀ ଆକ୍ରମଣ କରି ଆଣିଥିବା ବେଳେ ଲିଟୁ ହାତୀ ହାବୁଡ଼ରେ ପଡି ଯାଇଥିଲେ । ହାତୀ ତାଙ୍କୁ ଶୁଣ୍ଢରେ କଚାଡି ଦେଇଥିଲା । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ସାତକୋଶିଆରେ କୁମ୍ଭୀର ଗଣୁଛି ବନବିଭାଗ ଅନୁଗୁଳ – ଅନୁଗୁଳ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ ଆଜିଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ୪ ଦିନ ଧରି କୁମ୍ଭୀର…
ଆମ୍ବ ଲୋଭ କରି ଗଛରେ ଲାଖି ରହିଲା ହାତୀ – ୫ ଘଣ୍ଟା ପରେ ହେଲା ଉଦ୍ଧାର ଅନୁଗୋଳ – ଆମ୍ବ ଖାଇବାକୁ ଆସି ଫସିଗଲା ହାତୀ । ଗୋଡ଼ ଫସି ଯିବାରୁ ଦୁଇ ଗଛ ମଝିରୁ ବାହାରି ପାରିଲା ନାହିଁ । ଦୀର୍ଘ ୫…
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠର ଜଣେ ନାବାଳିକାକୁ ୪ ବର୍ଷ ତଳେ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରିବା ମାମଲାର ରାୟ ଶନିବାର ଜିଲ୍ଲା ଫାଷ୍ଟଟ୍ରାକ୍…