୧୨ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ

୧୨ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ


ଅନୁଗୋଳ – ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ଅନେକ ଦିନ ହେଲା ଅବକାରୀ ବିଭାଗର ଟାର୍ଗେଟରେ ଥିବା ଜଣେ ବ୍ରାଉନସୁଗାର ବେପାରୀକୁ ଧରିବାରେ ସଫଳ ହୋଇଥିବା ବେଳେ ତା ନିକଟରୁ ୧୨୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା କାଣ୍ଡସର , କନ୍ୟାବେଡା ଗାଁର ୩୦ ବର୍ଷୀୟ ଅନିଲ ସାହୁ ଅନେକ ଦିନ ହେଲା ବ୍ରାଉନସୁଗାର ବେପାର କରି ଆସୁଥିଲେ ମଧ୍ୟ ଧରା ପଡୁ ନଥିଲା । ଏଥିପାଇଁ ଅବକାରୀ ବିଭାଗ ପକ୍ଷରୁ ତା ଉପରେ ସ୍ୱତନ୍ତ୍ର ନଜର ରଖା ଯାଇଥିଲା । ଆଉ ଆଜି ସେ ବ୍ରାଉନସୁଗାର ନେଇ ବିକ୍ରି କରିବାକୁ ଯାଉଥିବା ଖବର ପାଇ ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକ ତାକୁ ଧରିବାକୁ ଜାଲ ବିଛାଇଥିଲେ । ଅନିଲ ଏକ ତିନି ଚକିଆ ଅଟୋରେ ଯାଉଥିବା ବେଳେ କୁକୁଡାଙ୍ଗ ନିକଟରେ ଅବକାରୀ ବିଭାଗ ତାକୁ କାବୁ କରି ନେଇଥିଲା । ଜାଞ୍ଚ ବେଳେ ତା ନିକଟରୁ ୧୨୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣା ପଡ଼ିଛି ।

What’s your Reaction?
+1
0
+1
0
+1
0
+1
0
+1
2
+1
0
+1
0

Leave a Reply