ହାତୀ ଆକ୍ରମଣରେ ଜଣେ ଗୁରୁତର – ଘଟଣାକୁ ନେଇ ଉତ୍ତେଜନା

 

ଅନୁଗୋଳ – ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ହାତୀ ଆକ୍ରମଣରେ ଗୁରୁବାର ସକାଳେ ପୋକତୁଙ୍ଗା ଗାଁର ସୁରେଶ ପ୍ରଧାନ (୫୫ ବର୍ଷ) ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ତାଙ୍କ ହାତ, ଗୋଡ଼ ଓ ଅଣ୍ଟାରେ ଆଘାତ ଲାଗିଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ପୋକତୁଙ୍ଗା ଗାଁର ସୁରେଶ ପ୍ରଧାନ ଶିବ ମନ୍ଦିର ରାସ୍ତାରେ ପ୍ରାତଃ ଭ୍ରମଣ କରୁଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ସୁରେଶ ଚିତ୍କାର କରିବା ପରେ ହାତୀଟି ସ୍ଥାନୀୟ ଜଙ୍ଗଲକୁ ଚାଲି ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା । ସ୍ଥାନୀୟ ଲୋକ କ୍ଷତିପୂରଣ ଓ ହାତୀ ଦାଉରୁ ସ୍ଥାୟୀ ପ୍ରତିକାର କରିବା ପାଇଁ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ପ୍ରଶାସନିକ ଅଧିକାରୀ ଓ ବନ ବିଭାଗ ପହଞ୍ଚି ବୁଝାସୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।

Advertisement

Leave a Reply

Your email address will not be published. Required fields are marked *