ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ଅନୁଗୁଳ – ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୋଟରସାଇକେଲ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ମୁଷାପାପୁଲି ଗାଁର ପରି ସାହୁ (୪୮) ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ପରି ସାହୁ ସଉଦା କିଣିବାକୁ ଗାଁ ଛକକୁ ଆସି ଘରକୁ ଫେରୁଥିବା ବେଳେ ଡେରେଜାଙ୍ଗ ଯିବା ରାସ୍ତା ନିକଟରେ ତାଙ୍କୁ ଏକ ମୋଟରସାଇକେଲ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ପରିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟରସାଇକେଲରେ ଥିବା ଦୁଇ ଜଣ ମଧ୍ୟ ଆହତ ହୋଇଥିବା ଜଣା ପଡ଼ିଛି । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ସାମାନ୍ୟ ଉତ୍ତେଜନା ଦେଖା ଦେଇଥିଲା। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା ।

What’s your Reaction?
+1
0
+1
0
+1
0
+1
0
+1
2
+1
0
+1
0

Leave a Reply