ଅପରାଧ ମଞ୍ଚାରେ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ଯା Angul OnlineOctober 9, 2023October 9, 2023 ଅନୁଗୁଳ – (ଅନୁଗୁଳ ଅନଲାଇନ୍)-୦୯/୧୦ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ବିଲମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ କେହି ବେକକୁ ଆକ୍ରମଣ କରି ହତ୍ୟା କରିଛି । ସୂଚନା ଅନୁସାରେ ଗାଁର ବିଶ୍ୱନାଥ ବର୍ଗିଆ ଗତକାଲି ସନ୍ଧ୍ୟାରେ ଘର ନିକଟରେ ଥିବା କନ୍ଦମୂଳ ଚାଷ ଜମିରେ ଫସଲ ଜଗିବାକୁ କରିଥିବା ମଞ୍ଚାରେ ଶୋଇଥିଲେ । ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କ ବେକକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା । ବିଶ୍ୱନାଥ ଯନ୍ତ୍ରଣାରେ ବେକରେ ହୋଇଥିବା କ୍ଷତକୁ ଗାମୁଁଛାରେ ଚାପି ଘର ପାଖକୁ ଦୌଡି ଯାଇ ଚିତ୍କାର କରିଥିଲେ । ବିଶ୍ୱନାଥଙ୍କ ଚିତ୍କାର ଶୁଣି ଘର ଲୋକ ଆସିବା ବେଳକୁ ହତ୍ୟାକାରୀ ଫେରାର ହୋଇ ଯାଇଥିଲା । ତେବେ କଣ ହୋଇଛି ବୁଝିବା ବେଳକୁ ବିଶ୍ୱନାଥ ସେହିଠାରେ ଟଳି ପଡିଥିଲେ । ଖବର ପାଇ ପୁଲିସ ସକାଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କିଏ ଓ କାହିଁକି ହତ୍ୟା କଲା ତାହା ସ୍ପଷ୍ଟ ହୋଇ ନାହିଁ । Advertisement
ନବଜାତକର ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳରେ ପୂଣି ଦେଖିବାକୁ ମିଳିଲା ଅଭାବନୀୟ ଘଟଣା । ଅନୁଗୁଳ ସହର ଡେଲି ମାର୍କେଟ ଭିତରୁ ନବଜାତ ଶିଶୁର ମୃତ ଦେହ ପଡିଥିବା ଦେଖିବାକୁ…
୬ ଲକ୍ଷ ଟଙ୍କା ମୂଲ୍ଯର ବ୍ରାଉନସୁଗାର ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜ଼ିଲ୍ଲା ଅବକାରୀ ବିଭାଗକୁ ମିଳିଛି ସଫଳତା । ୬୦ଗ୍ରାମ ବ୍ରାଉନ ସୁଗାର ଜବତ ସହ ଜଣକୁ ଗିରଫ କରିଛି ବିଭାଗ । ସୂଚନା…
୮ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ- ତିନି ଜଣ ଗିରଫ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ବଡ ସଫଳତା ମିଳିଛି । ଦୁଇଟି ସ୍ଥାନରୁ ୮୧ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ତିନି ଜଣଙ୍କୁ ଗିରଫ…