ଅପରାଧ ବନ୍ଦେ ଭାରତକୁ ପଥର ମାରି ଦୁଇ ଗିରଫ Angul OnlineNovember 29, 2023November 29, 2023 ଅନୁଗୁଳ – ଢେଙ୍କାନାଳ ଜିଲ୍ଲା ବୁଢ଼ାପଙ୍କ-ମେରାମଣ୍ଡଳୀ ରେଳ ଷ୍ଟେସନ୍ ମଝିରେ ଗତ ୨୬ ତାରିଖ ସନ୍ଧ୍ୟାରେ ବନ୍ଦେ ଭାରତ ଏକ୍ସପ୍ରେସ୍କୁ ପଥର ମାଡ଼ କରିବା ଅଭିଯୋଗରେ ରେଳବାଇ ପୁଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ବେଲବାହାଳିର ସନ୍ତୋଷ କୁମାର ମହାରଣା (୩୦) ଓ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସରଦେଈପୁରର ବିଜୟ କୁମାର ଲେଙ୍କା (୪୨) । ଖୋର୍ଦ୍ଧାରୋଡ ରେଳବାଇ ପୁଲିସର ସିଆଇବି ଓ ତାଳଚେର ଆରପିଏଫ୍ ମିଳିତ ଭାବେ ଆମ୍ବୁସ୍ ଚଳାଇଥିବା ବେଳେ ଉଭୟେ ସନ୍ଦିଗ୍ଧ ଅବସ୍ଥାରେ ଧରାପଡ଼ିଥିଲେ। ପଚରାଉଚରା ବେଳେ ଖୁସିରେ ଟ୍ରେନ୍କୁ ପଥର ଫିଙ୍ଗିଥିବା ଉଭୟ ମାନି ଯାଇଥିଲେ । ରେଳବାଇ ପୁଲିସ ଅଭିଯୁକ୍ତ ସନ୍ତୋଷ ଓ ବିଜୟଙ୍କୁ ଢେଙ୍କାନାଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟରେ ହାଜର କରାଇଥିଲା । ସେଠାରେ ଉଭୟଙ୍କୁ ୩ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏନେଇ ରେଳବାଇ ପୁଲିସ ତରଫରୁ ସି୩ସି-୨୨୫/୨୦୨୩ରେ ରେଳବାଇ ଆକ୍ଟର ୧୫୩, ୧୪୫(ସି) ଓ ୧୪୭ ଦଫାରେ ଏକ ମାମଲା ରୁଜୁ କରାଯାଇଛି। Advertisement
ଦାଦା ବଟି ମାଗିବା ପଡିଲା ମହଙ୍ଗା – ଯୁବକ ଅଟକ ଅନୁଗୁଳ – ଜାତୀୟ ରାଜପଥରେ ଗାଡି ଅଟକାଇ ଦାଦା ବଟି ମାଗିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି । ଡ୍ରାଇଭର ମାନେ ଏକାଠି ହୋଇ ଯୁବକଙ୍କୁ କାବୁ…
ମାତୃହନ୍ତା ପୁଅକୁ ଆଜୀବନ କାରାଦଣ୍ଡାଦେଶ ଅନୁଗୋଳ – ମାତୃହନ୍ତା ପୁଅକୁ ଆଜୀବନ କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜୋରିମନାରେ ଦଣ୍ଡିତ କରିଛନ୍ତି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ…
ବିଦ୍ଯାଳୟ ପରିସରରେ ପ୍ରଧାନଶିକ୍ଷକଙ୍କ ଆତ୍ମହତ୍ଯା ଅନୁଗୁଳ – ବିଦ୍ଯାଳୟ କ୍ଲାସରୁମ ଭିତରେ ପ୍ରଧାନଶିକ୍ଷକଙ୍କ ଆତ୍ମହତ୍ଯା । ଏଭଳି ଅଭାବନୀୟ ଘଟଣା ଘଟିଛି ଅନଗୁଳ ଜିଲ୍ଲା କିଶୋରନଗର ବ୍ଲକର ତୁରୁଡ଼ା ଉଚ୍ଚ ପ୍ରାଥମିକ…