ମୁଖ୍ୟ ଖବର ବାଣ୍ଟିଲେ ଉଜ୍ୱଳା ଗ୍ଯାସ – ଆଦର୍ଶ ଆଚରଣ ବିଧି ଉଲଘଂନ ଅଭିଯୋଗ Angul OnlineMarch 18, 2024March 18, 2024 ଅନୁଗୁଳ – ସାଧାରଣ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଏହି ଆଚରଣବିଧି ସମୟରେ ସରକାରୀ ସହାୟତା କିମ୍ବା କୌଣସି ଯୋଜନା କାର୍ଯ୍ୟକାରୀ ହୋଇପାରିବ ନାହିଁ । ହେଲେ ଅନୁଗୁଳ ଜିଲ୍ଲା ଅନୁଗୁଳ ନିର୍ବାଚନମଣ୍ଡଳୀର ଖଲାରୀ ଗ୍ରାମପଞ୍ଚାୟତରେ ଉଜ୍ଜଳା ଯୋଜନାରେ ଅନ୍ତର୍ଭୂକ୍ତ ଥିବା ହିତାଧିକାରୀଙ୍କୁ ଗ୍ୟାସ ବଣ୍ଟନ କରାଯାଇଛି । ଯାହାର ଫଟୋ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରାଯାଇଛି । ଅନୁଗୁଳ ଭାଜପା ଯୁବମୋର୍ଚ୍ଚାର ସମ୍ପାଦକ ତାଙ୍କ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ପରେ ବିରୋଧୀଦଳ ପ୍ରଶ୍ନ ଉଠାଇଛନ୍ତି । ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ବେଳେ କିଭଳି ଉଜ୍ଜଳା ଯୋଜନାରେ ଗ୍ୟାସ୍ ବଣ୍ଟାଗଲା ବୋଲି ପ୍ରଶ୍ନ କରିଛନ୍ତି । ଏନେଇ ଅନୁଗୁଳ ଜିଲ୍ଲାର ନିର୍ବାଚନ ଦାୟିତ୍ଵରେ ଥିବା ଅଧିକାରୀଙ୍କୁ ଅଭିଯୋଗ କରାଯିବ ବୋଲି ବିରୋଧୀ କହିଛନ୍ତି । ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଅନୁଗୁଳ ଉପ-ଜିଲ୍ଲାପାଳ ତଥା ଅନୁଗୁଳ ନିର୍ବାଚନ ମଣ୍ଡଳୀର ନିର୍ବାଚନ ଅଧିକାରୀ ବରଣେନ୍ଦ୍ର ମହାନ୍ତିଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଆଚରଣ ବିଧ ଉଲଙ୍ଘନ କରାଯାଇଛି । କୌଣସି ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ସରକାରୀ ସହାୟତା ଏବେ ପ୍ରଦାନ କରାଯିବ ନାହିଁ । ତେଣୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ଘଟଣାର ତଦନ୍ତ କରାଯିବ । ଏହାପରେ ନିର୍ବାଚନ କମିଶନଙ୍କ ଗାଇଡ୍ ଲାଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି । Advertisement
ପୁଲିସ କବଜାରେ ୬ ଡକାୟତ ଅନୁଗୁଳ -(AO)- ଅନଗୁଳ ଜିଲ୍ଲା ତାଳଚେର ଥାନା ପୁଲିସ ହାବୁଡରେ ୬ ଡକାୟତ ଧରା ପଡିଛନ୍ତି । ତାଳଚେର , କଣ୍ଢାଳ ଛକ ତାରିଣୀ ମନ୍ଦିର ପଛ…
ଗଞ୍ଜେଇ ସହ ଧରା ପଡିଲେ ବ୍ୟାଙ୍କ କ୍ୟାସିୟର – ୧୬୫ କେଜି ଗଞ୍ଜେଇ ଜବତ adv ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ବଙ୍କାପଲସା ଗ୍ରାମ ରାସ୍ତା ନିକଟରେ ରବିବାର ବିଳମ୍ବିତ ରାତିରେ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଚଢାଉ କରି…
ବାହାଘର ବେଳେ କୋଭିଡ ନିୟମ ଉଲ୍ଲଘଂନ କରିବା ପଡିଲା ମହଙ୍ଗା ତାଳଚେର – କୋଭିଡ ନିୟମ ଉଲ୍ଲଙ୍ଘନ କରି ବିବାହ ଉତ୍ସବ ପାଳନ କରିବା ପଡିଛି ମହଙ୍ଗା । ନିୟମ ଠାରୁ ଅଧିକ ସଂଖ୍ଯାରେ ଲୋକ ଜମା ହୋଇଥିବା…