ମୁଖ୍ୟ ଖବର ଦୁଇ ମୋଟରସାଇକେଲ ଧକ୍କାରେ ଦୁଇ ମୃତ Angul OnlineApril 1, 2024April 1, 2024 ଅନୁଗୁଳ – ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଛି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ କରତପଟା ଠାରେ ଏହି ଦୂର୍ଘଟଣା ଘଟିଥିବା ଜଣା ପଡିଛି । ସୂଚନା ଅନୁସାରେ ସୋମବାର ସନ୍ଧ୍ୟା ୭ଟା ସମୟରେ ବନ୍ତଳା ଥାନା ଅନ୍ତର୍ଗତ ମଧପୁର ଗ୍ରାମର ମନୋଜ ନାଏକ (୪୦) ଏକ ମୋଟରସାଇକେଲରେ କରତପଟାରୁ ଘରକୁ ଫେରୁଥିବା ବେଳେ କରତପଟା ଠାରେ ବିପରିତ ଦିଗରୁ ଆଉ ଏକ ମୋଟରସାଇକେଲରେ ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗ୍ରାମର ଭୁବନ ପ୍ରଧାନ (୪୨) ମାଧପୁର ଆସୁଥିବା ବେଳେ ଉଭୟଙ୍କ ମଧ୍ଯରେ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଉଭୟ ରାସ୍ତାରେ ଛିଟିକି ପଡ଼ିଥିଲେ । ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ବନ୍ତଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି । Advertisement
ଜିଲ୍ଲାପାଳଙ୍କ ନାମରେ ଫେକ ହ୍ଵାଟସଆପ ନମ୍ବର ଅନୁଗୁଳ – ରାଜ୍ୟରେ ଜଣଙ୍କ ପରେ ଜଣେ ବରିଷ୍ଠ ଅଧିକାରୀମାନେ ସାଇବର ଅପରାଧୀଙ୍କ ଶିକାର ହେବାରେ ଲାଗିଛନ୍ତି । ଏହି ତାଲିକାରେ ସଦ୍ୟତମ ସାମିଲ ହୋଇଛନ୍ତି ଅନୁଗୁଳ…
ନଦୀରେ ଭାସିଗଲେ ଦୁଇ ସାଙ୍ଗ – ଜଣେ ଉଦ୍ଧାର , ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କଙ୍କିଳି ଗାଁ ନିକଟ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀରେ ଅଘଟଣ । ଭୋଜି କରିବାକୁ ନଦୀ ଘାଟକୁ ଆସିଥିବା ବେଳେ …
ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର ଅନୁଗୁଳ – ନିଖୋଜ ବିରଜୁ କୁଲୁଙ୍କ ମିଳିଲା ପତ୍ତା । ପାକିସ୍ତାନରୁ ଫେରିଥିବା ସୁନ୍ଦରଗଡର ବିରୁଜୁ କୁଲୁ ଓଡିଶାରେ ପୁଣି ନିଖୋଜ ହୋଇଯାଇଥିଲେ । ଥାନାରେ ବିରିଜୁଙ୍କ…