ମୁଖ୍ୟ ଖବର ପୋଖରୀରେ ବୁଡି ବାଳକ ମୃତ୍ୟୁ Angul OnlineMay 7, 2021May 7, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ହମାମିରା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ପୋଖରୀକୁ ଗାଧୋଇବା ପାଇଁ ଯାଇ ଥିବା ବେଳେ ପାଣିରେ ବୁଡି ଗାଁର ଜଣେ ୧୦ବର୍ଷ ବାଳକର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ହମାମିରା ଗ୍ରାମର ସୁଶୀଳ ସାହୁଙ୍କ ପୁଅ ସୁନୀଲ ଦିନ ପ୍ରାୟ ସାଢେ଼ ୧୧ଟା ବେଳକୁ ଗ୍ରାମରେ ଥିବା ବଡ଼ବନ୍ଧକୁ ଗାଧୋଇବା ପାଇଁ ଯାଇଥିଲେ । ତେବେ ଦୀର୍ଘ ସମୟ ଧରି ସେ ଘରକୁ ଫେରିନଥିଲେ । ପୋଖରୀ ହୁଡ଼ାରେ ସୁନୀଲଙ୍କ ପୋଷାକ ଓ ଚପଲ ପଡିଥିବା ଦେଖି ଲୋକଙ୍କ ମନରେ ସନ୍ଦେହ ହୋଇଥିଲା । ଫଳରେ ପୋଖରୀ ମଧ୍ୟରେ ଖୋଜାଖୋଜି କରିବା ପରେ ତା ଭିତରୁ ସୁନୀଲକୁ ଉଦ୍ଧାର କରାଯାଇଥିଲା । ସୁନୀଲକୁ ତୁରନ୍ତ ବନ୍ତଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଏହି ଘଟଣାରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । Advertisement
ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା ଆରମ୍ଭ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆରମ୍ଭ ହେଲା ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା । ରାଜରାସ୍ତାରେ ହେଉଥିବା ଦୁର୍ଘଟଣା ଜନିତ ମୃତ୍ୟୁକୁ କମାଇବା ଉଦ୍ଦେଶ୍ୟରେ ସାରା ରାଜ୍ୟରେ…
କୂଅ ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ରାଉତାଳ ଗ୍ରାମର ଏକ ପରିତ୍ୟକ୍ତ କୂଅ ଭିତରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ସୋମବାର …
କୋଇଲା ଖଣି ସାଇଲୋରେ ଲାଗିଲା ନିଆଁ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଭରତପୁର କୋଇଲା ଖଣି ସାଇଲୋରେ ସର୍ଟ ସର୍କିଟ ଯୋଗୁଁ ସାଇଲୋ ବେଲ୍ଟରେ ନିଆଁ ଲାଗିଯାଇଥିଲା । ଏଥିରେ କାହାର କୌଣସି…