ମୁଖ୍ୟ ଖବର ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ Angul OnlineNovember 24, 2021November 24, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଜରପଡା-ଛେଣ୍ଡିପଦା ପୁର୍ତ ବିଭାଗ ରାସ୍ତାର ଟେଣ୍ଟୁଲୋଇ ଗ୍ରାମର ଦଣ୍ଡା ବାଙ୍କଠାରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ମୋଟରସାଇକେଲ ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ସାଇକେଲ ଚାଳକ ହେଲେ ଭାଲୁପାଳ ଗ୍ରାମର କୁହ୍ଲାସାହିର ୬୦ ବର୍ଷୀୟ ବୃନ୍ଦାବନ ସାହୁ । ସୂଚନା ଅନୁସାରେ ବୃନ୍ଦାବନ ମାଛକୁଟା ଗ୍ରାମରୁ ନିଜ ଗ୍ରାମ ଭାଲୁପାଳକୁ ସାଇକେଲରେ ଘରକୁ ଫେରୁଥିବାବେଳେ ଏକ ଅଜଣା ମୋଟରସାଇକେଲ ସାଇକେଲ ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା । ଫଳରେ ବୃନ୍ଦାବନ ଦୁର୍ଘଟଣା ଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ରାସ୍ତାରେ ପଡିଯାଇଥିଲେ । ସ୍ଥାନୀୟ ଲୋକ ଗୁରୁତର ଅବସ୍ଥାରେ ବୃନ୍ଦାବନଙ୍କୁ ଚିକିତ୍ସା ନିମନ୍ତେ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ଏହି ଦୁର୍ଘଟଣାରେ ବୃନ୍ଦାବନଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଅନୁଗୋଳ ଚିକିତ୍ସାଳୟକୁ ପଠାଇ ଦେଇଥିଲେ । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ନିର୍ବାଚନ ପାଇଁ ୬ ଜଣ ଅତିରିକ୍ତ ଏସ୍ପି, ୧୧ ଜଣ ଡି.ଏସ୍.ପି ସହ ବ୍ୟାପକ ପୁଲିସ ବ୍ୟବସ୍ଥା ଅନୁଗୁଳ – ସାଧାରଣ ନିର୍ବାଚନ ପାଇଁ ଅନୁଗୁଳ ଜିଲ୍ଲାରେ ୪ଟି ଷ୍ଟ୍ରଙ୍ଗରୁମ୍ କରାଯାଇଛି । ଏଠାରେ ଇଭିଏମ୍ଗୁଡ଼ିକୁ ସୁରକ୍ଷିତ ଭାବେ ରଖାଯିବ । ଏହାର ସୁରକ୍ଷା ପାଇଁ…
ଜଳିଗଲା ଚଳନ୍ତା ବସ ଅନୁଗୁଳ – ହୁତୁହୁତୁ ହୋଇ ଜଳିଗଲା ବସ । ସୌଭାଗ୍ୟ ବଶତଃ ଏଥିରେ ଯାତ୍ରୀ କେହି ନଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଓ ଖଳାସୀ…
ପ୍ରଥମ ଦିନରେ ୫୪୫ ଜଣଙ୍କ ନାମାଙ୍କନ ଅନୁଗୁଳ – ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ…