ମୁଖ୍ୟ ଖବର ଦୁଇ ଟ୍ରକ ମଝିରେ ଚାପି ହୋଇ ସ୍ୱାମୀ-ସ୍ତ୍ରୀ ମୃତ Angul OnlineJuly 2, 2023July 2, 2023 ଅନୁଗୋଳ – ଜାତୀୟ ରାଜପଥ ୫୫ ରେ ପୁଣି ଏକ ଦୁର୍ଘଟଣା ଘଟିଥିବା ବେଳେ ସ୍ୱାମୀ-ସ୍ତ୍ରୀଙ୍କ ଜୀବନ ଚାଲି ଯାଇଛି । ଦୁଇ ଟ୍ରକ ମଝିରେ ଚାପି ହୋଇ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଏକ ମୋଟରସାଇକେଲରେ ଅନୁଗୋଳ ପଟରୁ ବଡକେରା ଆଡକୁ ଯାଉଥିଲେ । ତାଙ୍କ ଆଗରେ ଏକ ଟ୍ରକ ଥିବା ବେଳେ ପଛରୁ ଆସୁଥିବା ଆଉ ଏକ ଟ୍ରକ ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ଧକ୍କା ଦେଇ ଆଗରେ ଯାଉଥିବା ଟ୍ରକ ପଛରେ ବାଡେଇ ହୋଇଥିଲା । ଫଳରେ ଦୁଇ ଟ୍ରକ ମଝିରେ ଚାପି ହୋଇ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ଅନୁଗୋଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି । ଉଭୟ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ ବେହେରା ତାଙ୍କ ସ୍ତ୍ରୀ ମମତା ବେହେରା ବୋଲି ଜଣା ପଡିଛି । Advertisement
ଅଜଣା ଗାଡି ଧକ୍କାରେ ଦୁଇ ମୃତ ପାଲଲହଡା – ଅନୁଗୋଳ ଜିଲ୍ଲା ପାଲଲହଡା ଠାରେ ଏକ ସଡ଼କ ଦୁର୍ଘଟଣାରେ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ୨ଜଣ ତାଳଚେର ବ୍ଲକ୍ ଅନ୍ତର୍ଗତ ଚାଳଗଡ…
ପାଣିରେ ବୁଡି ଗ୍ରାମରକ୍ଷୀଙ୍କ ମୃତ୍ୟୁ ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ସିବିଡା ଗ୍ରାମର ଏକ ନାଳରେ ବୁଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡ଼ା ଥାନାରେ…
ଜଳିଗଲା ସ୍କୁଲ ବସ adv- ଅନୁଗୁଳ – ଅନୁଗୁଳ ଉପକଣ୍ଠ ପଞ୍ଚମହଲା ସ୍ଥିତ ଆଦର୍ଶ ଇଞ୍ଜିନିୟରିଂ କଲେଜର ବସ୍ରେ ସର୍ଟ ସର୍କିଟ୍ ଯୋଗୁଁ ଦୁଇଟି ବସରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ଗୋଟିଏ…