ମୁଖ୍ୟ ଖବର ଲାଞ୍ଚ ନେଇ ଚାକିରୀରୁ ବିଦା ହେଲେ ବରିଷ୍ଠ କିରାଣୀ Angul OnlineSeptember 19, 2024September 19, 2024 ଅନୁଗୁଳ – ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଏବେ ଚାକିରୀରୁ ବିଦା ହେଲେ । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲର ପୂର୍ବତନ ବରିଷ୍ଠ କିରାଣୀ ତଥା ଏବେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ୟୁନିଟ୍ର ବରିଷ୍ଠ ରାଜସ୍ବ ସହାୟକ ଥିବା ଲମ୍ବୋଦର ବେହେରା ସରକାରୀ ଚାକିରୀରୁ ବିଦା ହୋଇଛନ୍ତି । ୨୦୧୨ ମସିହାରେ ସେ ଛେଣ୍ଡିପଦା ତହସିଲରେ ଚାକିରି କରୁଥିଲା ବେଳେ ଜମି ପଟ୍ଟା ଦେବାକୁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ତାଙ୍କ ସହ ଅନ୍ୟ ଜଣେ କର୍ମଚାରୀ ମଧ୍ୟ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ । ଏହି ମାମଲାରେ ଗତ ଜୁଲାଇରେ ତାଙ୍କୁ ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲା । ତାଙ୍କୁ ଅଦାଲତ ୨ ବର୍ଷ ସଶ୍ରମ କାରାଦଣ୍ଡ ଦେବା ସହ ଜରିମାନା କରିଥିଲେ । ଏହା ସହିତ ଲମ୍ବୋଦର ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଭିଜିଲାନ୍ସ ପକ୍ଷରୁ ସରକାରଙ୍କୁ ଚିଠି କରାଯାଇଥିଲା । ଶେଷରେ ସରକାର ତାଙ୍କ ଉପରେ ଏହି କଠୋର କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଚାକିରୀରୁ ବିଦା କରିଛନ୍ତି । Advertisement
ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଗାଁରେ ମଙ୍ଗଳବାର ସକାଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଯେ,…
ଲକ୍ଷାଧିକ ଟଙ୍କା ହଡପ କରି ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର ଅନୁଗୁଳ – ନିଜ ନାମରେ ଜାଲିଆତି କରି ବ୍ୟାଙ୍କରୁ ଟଙ୍କା ହଡପ ଅଭିଯୋଗରେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଗିରଫ । ଗିରଫ ମ୍ୟାନେଜର ନବ କିଶୋର ଧାରୁଆଙ୍କୁ…
ଅଜଣା ଗାଡି ଧକ୍କାରେ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅନୁଗୁଳ-ଦେବଗଡ ୬୩ ନମ୍ବର ରାଜ୍ୟ ରାଜପଥର ଗୋଳାଗାଡିଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି ।…