ଭଲ ଖବର ମାନସିକ ବିକାରଗ୍ରସ୍ତ ଯୁବତୀକୁ ଉଦ୍ଧାର କଲେ ସମାଜସେବୀ Angul OnlineJuly 14, 2022July 14, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥ ବାଇବାସ ଛକ ଠାରେ ଜଣେ ମାନସିକ ଭାରସାମ୍ୟ ହରାଇଥିବା ଜଣେ ଯୁବତୀ ରାସ୍ତାରେ ଯାଉଥିବା ଲୋକ ମାନଙ୍କ ଉପରକୁ କାଦୁଅ ଫୋପାଡୁଥିବା ସହ ରାସ୍ତା ଉପରେ ଶୋଇ ପଡୁଥିଲା । ଫଳରେ ଯାତାୟାତ କରୁଥିବା ଲୋକ ମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଗତ କିଛିଦିନ ହେଲା ସେ ଏଭଳି କରୁଥିବା ବେଳେ କେହି ବାରଣ କରୁ ନଥିଲେ କି ପ୍ରଶାସନ ମଧ୍ୟ ଜାଣି ଅଣଦେଖା କରିଥିଲା । ଏପରିସ୍ଥଳେ ଆଜି ସମାଜ ସେବୀ ବାପି ମହାନ୍ତି ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିବା ସହ ଯୁବତୀ ଜଣଙ୍କୁ ଉଦ୍ଧାର କରିଥିଲେ । ଏହା ସହ ପୁଲିସ ସହାୟତାରେ ମିଶନ ଆଶା ଆମ୍ବୁଲାନ୍ସରେ ତାକୁ ଉତ୍ତମ ଚିକିତ୍ସା ପାଇଁ ପଠାଇ ଥିଲେ । ବାପିଙ୍କର ଏଭଳି ମାହାନ କାର୍ଯ୍ୟ ପାଇଁ ତାଲଚେରର ବିଭିନ୍ନ ମହଲରୁ ପ୍ରଶଂସା କରା ଯାଇଛି । Advertisement
ଜମିଜମା ରେକର୍ଡ କମ୍ପୁଟରୀକରଣରେ ଅନୁଗୁଳକୁ ମିଳିବ ଜାତୀୟ ପ୍ଲାଟିନମ ପୁରସ୍କାର ଭୁବନେଶ୍ୱର – ରାଜ୍ୟରେ ଜମିଜମା ରେକର୍ଡ କମ୍ପୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଟି ଜିଲ୍ଲା ଜାତୀୟ ପୁରଷ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି…
ଆରମ୍ଭ ହେଲା ଟିକାକରଣ କାର୍ଯ୍ୟକ୍ରମ ଅନୁଗୁଳ – ସମସ୍ତ ଧୈର୍ଯ୍ୟ ଓ ଅପେକ୍ଷା ର ଅବସାନ ଘଟିଛି । ବିଶ୍ୱ କରୋନା ମହାମାରୀ କବଳରୁ ମୁକ୍ତ ହେବାକୁ ଯାଉଛି।ଆଜି ସାରା ଭାରତରେ କରୋନାର…
ଅନୁଗୋଳ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ୱାରା ଭୂମି ସମ୍ମାନ ଅନୁଗୋଳ – ଅନୁଗୋଳ ଜିଲ୍ଲାକୁ ମିଳିଛି ଭୂମି ସମ୍ମାନ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଜମିଜମା…