ମୁଖ୍ୟ ଖବର ସ୍କୁଲରେ ଖେଳୁଥିବା ବେଳେ ବଜ୍ରଘାତରେ ସପ୍ତମ ଶ୍ରେଣୀ ଛାତ୍ର ମୃତ Angul OnlineJuly 7, 2022July 7, 2022 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଘୋଷର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି(ଗୁରୁବାର) ଅପରାହ୍ନରେ ଏକ ଅଘଟଣ ଘଟି ଯାଇଛି । ସ୍କୁଲ ପରିସରରେ ଖେଳୁଥିବା ବେଳେ ବଜ୍ରପାତରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମରୁତ ଛାତ୍ର ଜଣଙ୍କ ଚନ୍ଦନ କୁମାର ସାହୁ ବୋଲି ଜଣା ପଡିଛି । ତେବେ ଛାତ୍ରଙ୍କ ମୃତ୍ୟୁ ପରେ ଶବ ବ୍ୟବଚ୍ଛେଦ ନ ହେବାରୁ ଉତ୍ତେଜନା ଦେଖା ଦେଇଛି । ସୂଚନା ଅନୁସାରେ ଘୋଷର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାୟ ୩ ଟା ୩୦ରେ ଖେଳ ଛୁଟି ବେଳେ ପିଲା ଖେଳୁଥିଲେ । ଏହି ସମୟରେ ବଜ୍ରପାତ ହୋଇଥିଲା । ଏହି ବଜ୍ରପାତରେ ଚନ୍ଦନ ଅଚେତ ହୋଇ ପଡିଥିବା ବେଳେ ତାଙ୍କୁ ବିଦ୍ୟାଳୟ କର୍ତ୍ତୁପକ୍ଷ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଏହାପରେ ମୃତ ଛାତ୍ରଙ୍କ ଶବ ବ୍ୟବଚ୍ଛେଦ ଆଜି ହୋଇ ନ ପଡ଼ିବାରୁ ଉତ୍ତେଜନା ଦେଖା ଦେଇଥିଲା । ତୁରନ୍ତ ଶବ ବ୍ୟବଚ୍ଛେଦ ଦାବି କରିବା ସହ କିଶୋରନଗର ଠାରେ ଶବ ବ୍ୟବଚ୍ଛେଦ ଗୃହ ତୁରନ୍ତ କାର୍ଯ୍ୟକ୍ଷମା କରିବାକୁ ଦାବି କରି କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆଗରେ ରାସ୍ତାରୋକ କରି ବସିଥିଲେ । ଖବର ଲେଖାଯିବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଆନ୍ଦୋଳନ ସ୍ଥଳରେ ପହଞ୍ଚି ନାହାନ୍ତି କିମ୍ବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇ ନଥିବା ସୂଚନା ମିଳିଛି । Advertisement
ମୋବାଇଲରେ ଗପୁଥିବା ବେଳେ ଟଳି ପଡିଲେ ମହିଳା ପାଲଲହଡା – ମୃତ୍ୟୁ ଏମିତି ବି ଆସେ । ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ । ଜଣେ ମହିଳା ମୋବାଇଲରେ ବସି କଥା ହେଉଥିବା ବେଳେ…
ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ୍ ଅନୁଗୁଳ – ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ମିଳିଛି । ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଏସବୁ ଅତ୍ୟାଧୁନିକ…
ମା ହିଙ୍ଗୁଳା ମନ୍ଦିର ହୁଣ୍ଡିରୁ ୧୦ ଲକ୍ଷ ଟଙ୍କା ସଂଗ୍ରହ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଥିବା ସମସ୍ତ ହୁଣ୍ଡି ଖୋଲା ଯାଇଛି । ମା ‘ ହିଙ୍ଗୁଳା…