ମୁଖ୍ୟ ଖବର ପାରିବାରିକ କଳହରୁ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ Angul OnlineOctober 29, 2023October 29, 2023 ଅନୁଗୁଳ – ସ୍ୱାମୀ – ସ୍ତ୍ରୀ ଝଗଡାରେ ସ୍ୱାମୀର ଯୌନାଙ୍ଗ କାଟିଦେଲା ସ୍ତ୍ରୀ । ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କାଣ୍ଡସର ଗ୍ରାମର ଦାଣ୍ଡିଆ ସାହିରେ ଘଟିଛି ଏଭଳି ଘଟଣା । ଗୁରୁତର ସ୍ୱାମୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ପରେ ସ୍ତ୍ରୀ ନାଁରେ ଥାନାରେ ଅଭିଯୋଗ କରିଛି । ସୂଚନା ଅନୁସାରେ ଗତ କାଲି ରାତିରେ କାଣ୍ଡସର ଗ୍ରାମର ଦାଣ୍ଡିଆ ସାହିର ପରମାନନ୍ଦ ମୁଦୁଲିଙ୍କ ସହ ସ୍ତ୍ରୀଙ୍କର ଝଗଡ଼ା ହୋଇଥିଲା । ଝଗଡା ବେଳେ ପରମାନନ୍ଦଙ୍କ ସ୍ତ୍ରୀ ସୁକାନ୍ତି ମୁଦୁଲି ଉତକ୍ଷୀପ୍ତ ହୋଇ ଧାରୁଆ ଅସ୍ତ୍ରରେ ପରମାନନ୍ଦଙ୍କର ଯୌନାଙ୍ଗ କାଟି ଦେଇଥିଲେ ବୋଲି ସ୍ୱାମୀ ଅଭିଯୋଗ କରିଛନ୍ତି। ଜୀବନ ବିକଳରେ ଘରୁ ବାହାରି ଆସି ସ୍ଥାନୀୟ ଲୋକଙ୍କ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଭର୍ତି ହୋଇଛନ୍ତି । ଏ ପଟେ ଏ ନେଇ ସ୍ତ୍ରୀ ନାଁରେ ନାଲକୋ ଥାନାର ଦ୍ୱାରସ୍ଥ ହୋଇଥିବା ଜଣା ପଡିଛି। Advertisement
ଅଶ୍ବିନୀ ପାଇବେ ରାଜ୍ଯପାଳ ପଦକ ଅନୁଗୁଳ – ୨୦୨୪ ବର୍ଷ ପାଇଁ ଜଣେ ଆଇଜି ଓ ଜଣେ ଡିଆଇଜି ସହ ୨୦ ଜଣ ପୁଲିସ କର୍ମଚାରୀଙ୍କ ନାମ ରାଜ୍ୟପାଳ ପଦକ ପାଇଁ ଘୋଷଣା…
ଅଜଣା ଗାଡି ଧକ୍କାରେ ଜଣେ ମୃତ, ତିନି ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ମେଡିକାଲ ନିକଟସ୍ଥ ୧୪୯ ନଂ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରିବାରର ତିନିଜଣ…
ଶନି ପୂଜା ବେଳେ ବଜ୍ରପାତ – ୬ ମହିଳା ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଲାସିଂହା ଗ୍ରାମର ବାଲିସାହି ଠାରେ ଶନିଦେବଙ୍କ ପୂଜା କରୁଥିବା ବେଳେ ବଜ୍ରପାତରେ ୬ ଜଣ ମହିଳା ଗୁରୁତର…