ମୁଖ୍ୟ ଖବର ପୁଣି ଏକ ଦନ୍ତା ହାତୀ ମୃତ Angul OnlineDecember 10, 2022December 10, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନ ବିଭାଗ କାର୍ଯ୍ୟାଳୟ ଠାରୁ ମାତ୍ର ଗୋଟିଏ କିଲୋମିଟର ବ୍ୟବଧାନରେ ଏହି ହାତୀର ମୃତ୍ୟୁ ହୋଇଥିବା ଯୋଗୁଁ ବନ ବିଭାଗର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ମାତ୍ର ଏକ କିଲୋମିଟର ଦୂରରେ ପରା ଗାଁ ନିକଟରେ ଏକ ଦନ୍ତା ହାତୀ ମରି ପଡିଥିବା ସ୍ଥାନୀୟ ଲୋକ ଦେଖିଥିଲେ । ସନ୍ଧ୍ୟାରେ ଗାଁ ଲୋକ ଏହା ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସ୍ଥାନୀୟ ଲୋକ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା କହୁଥିବା ବେଳେ ବନ ବିଭାଗ ହାତୀ ମୃତ୍ୟୁର କୌଣସି ସ୍ପଷ୍ଟ କାରଣ ସମ୍ପର୍କରେ ସୂଚନା ଦେଇ ନାହିଁ । ଘଟଣା ସ୍ଥଳରେ ପହଞ୍ଚି ବନ ବିଭାଗ ପ୍ରଥମେ ଲୋକଙ୍କୁ ଘଉଡାଇବା ସହ କପଡା ଘେର ମାରି ତଦନ୍ତ କରୁଛି । ଯାହା ସାଧାରଣ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି । ତେବେ ଜରପଡା ବନାଞ୍ଚଳ ଠାରୁ ମାତ୍ର ଗୋଟିଏ କିଲୋମିଟର ବ୍ୟବଧାନରେ ହାତୀ ମରି ପଡିବା ଆଉ ବନ ବିଭାଗ ନ ଜାଣି ପାରିବା ଏବେ ବନ ବିଭାଗର କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । Advertisement
ନଦୀରେ ଭାସିଗଲେ ଦୁଇ ସାଙ୍ଗ – ଜଣେ ଉଦ୍ଧାର , ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କଙ୍କିଳି ଗାଁ ନିକଟ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀରେ ଅଘଟଣ । ଭୋଜି କରିବାକୁ ନଦୀ ଘାଟକୁ ଆସିଥିବା ବେଳେ …
କାର ଦୁର୍ଘଟଣାରେ ସ୍ଵାମୀ ମୃତ ସ୍ତ୍ରୀ- ଝିଅ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ସାରଙ୍ଗପୁର ଗାଁ ନିକଟରେ ଏକ ଦୁର୍ଘଟଣାରେ ସ୍ୱାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଏବଂ ଝିଅ ଗୁରୁତର ହୋଇଥିବା ଜଣା…
ବିଦାୟକାଳୀନ ସଭାରେ ସବୁଦିନ ପାଇଁ ଆଖି ବୁଜିଲେ ପ୍ରଧାନଶିକ୍ଷକ ଅନୁଗୁଳ – ବିଦାୟ କାଳୀନ ସଭାରେ କେହି ସବୁଦିନ ପାଇଁ ବିଦାୟ ନିଅନ୍ତି ନାହିଁ । କେବଳ ସ୍ଥାନ ବଦଳେ । ଏମିତି ଯିଏ କହୁଥିଲେ ସେ…