ରାଜନୀତି ପୌରାଧକ୍ଷ ଭାବେ ଅକ୍ଷୟ ନେଲେ ଦାୟିତ୍ଵ ଗ୍ରହଣ Angul OnlineMarch 30, 2022March 30, 2022 ଅନୁଗୁଳ – ଅନୁଗୁଳ ପୌରପାଳିକାର ପୌରାଧକ୍ଷ ଭାବେ ଅକ୍ଷୟ କୁମାର ସାମନ୍ତ ବୁଧବାର ଦାୟିତ୍ଵ ଗ୍ରହଣ କରିଛନ୍ତି । ଶ୍ରୀ ସାମନ୍ତ ବିଜୟୀ ବିଜେଡି କାଉନସିଲର ଏବଂ ସମର୍ଥକଙ୍କ ଗହଣରେ ଅମଲାପଡ଼ା ଦୁର୍ଗା ମଣ୍ଡପରୁ ବାହାରି ସିଧା କାର୍ଯ୍ୟାଳୟକୁ ଆସିଥିଲେ । ଓଡ଼ିଶା ବିଧାନସଭା ଉପ-ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ , ଜିଲ୍ଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ , ଯୁବ ବିଜେଡି ସଭାପତି ଦୀନେଶ ପ୍ରଧାନ , ସୁଜିତ୍ ଦ୍ବିବେଦୀ , ଅଜିତ ଦ୍ବିବେଦୀ ପ୍ରମୁଖ ଏହି ଶୋଭାଯାତ୍ରାରେ ଅଂଶ ଗ୍ରହଣ କରିଥିଲେ । ପୌରପାଳିକା କାର୍ଯ୍ୟାଳୟରେ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ଏବଂ କର୍ମଚାରୀମାନେ ପୁଷ୍ପ ଗୁଚ୍ଛ ଦେଇ ଶ୍ରୀ ସାମନ୍ତ ଙ୍କୁ ସ୍ଵାଗତ କରିଥିଲେ । ଏ ଅବସରରେ ଶ୍ରୀ ସାମନ୍ତ ସାମ୍ବାଦିକ ମାନଙ୍କୁ ଅନୁଗୁଳ ସହରକୁ ଏକ ମଡେଲ ସହରରେ ପରିଣତ କରିବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ ବୋଲି କହିଥିଲେ । ଶ୍ରୀ ସାମନ୍ତ ଏଥି ପୂର୍ବରୁ କଂଗ୍ରେସ ଦଳ ପକ୍ଷରୁ ଜିତି ଅନୁଗୁଳ ପୌରପାଳିକାର ପୌରାଧକ୍ଷ ହୋଇ ପାରିଥିଲେ । ନିକଟରେ ଅନୁଷ୍ଠିତ ପୌର ନିର୍ବାଚନରେ ଶ୍ରୀ ସାମନ୍ତ ବିଜେଡିରୁ ଲଢି ବିଜେପିର ପ୍ରାର୍ଥୀ ଦିଲୀପ ପ୍ରଧାନଙ୍କୁ ହରାଇ ନିର୍ବାଚିତ ହୋଇଛନ୍ତି । Advertisement
ଯଯାତୀ ହେଲେ ଜିଲ୍ଲା ବିଜେପି ସଭାପତି ଭୁବନେଶ୍ବର – ଗତ ସେପ୍ଟେମ୍ବର ୨ ତାରିଖରୁ ପାର୍ଟିର “ସାଂଗଠନିକ ପର୍ବ – ୨୦୨୪” ଆରମ୍ଭ ହୋଇଥିଲା । ଗତ ଜାନୁଆରୀ ୨୫ ତାରିଖ ଦିନ ପ୍ରଥମ…
ଆପର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ଅନୁଗୁଳ – ଆମ୍ ଆଦ୍ମୀ ପାର୍ଟି ଅନୁଗୁଳ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ୍ରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆବାହାଳ ନିଶିକାନ୍ତ…
ବିଜେଡିରେ ମିଶିଲେ ଭାଗିରଥି ଅନୁଗୁଳ – ଶଙ୍ଖଭବନରେ ଜାରି ରହିଛି ବିଜେଡିର ମିଶ୍ରଣ ପର୍ବ । ବିଜେପି ଓ କଂଗ୍ରେସ ପରିତ୍ୟାଗ କରି ବିଜେଡିରେ ଯୋଗଦେଉଛନ୍ତି ଏକାଧିକ ନେତା ଓ ଶହ…