ଆଞ୍ଚଳିକ ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ Angul OnlineOctober 6, 2023October 6, 2023 ଅନୁଗୁଳ – ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୋଟରସାଇକେଲ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ମୁଷାପାପୁଲି ଗାଁର ପରି ସାହୁ (୪୮) ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ପରି ସାହୁ ସଉଦା କିଣିବାକୁ ଗାଁ ଛକକୁ ଆସି ଘରକୁ ଫେରୁଥିବା ବେଳେ ଡେରେଜାଙ୍ଗ ଯିବା ରାସ୍ତା ନିକଟରେ ତାଙ୍କୁ ଏକ ମୋଟରସାଇକେଲ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ପରିଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟରସାଇକେଲରେ ଥିବା ଦୁଇ ଜଣ ମଧ୍ୟ ଆହତ ହୋଇଥିବା ଜଣା ପଡ଼ିଛି । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ସାମାନ୍ୟ ଉତ୍ତେଜନା ଦେଖା ଦେଇଥିଲା। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା । Advertisement
ଷାଠିଏ ଦିନ ଭିତରେ ରେଜିଷ୍ଟ୍ରେସନ ସାର – ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପ୍ରଥମ ଜିଲ୍ଲା ଗସ୍ତ ବେଳେ ନିର୍ଦେଶ ଅନୁଗୁଳ – ଅନୁଗୁଳ ସର୍କିଟହାଉସ କନଫ୍ରେନସ ହଲ ଠାରେ ରାଜ୍ୟ ସରକାରଙ୍କ ଜନହିତକାରୀ ଯୋଜନା ଶ୍ରମ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ଓଡିଶା…
ବଜ୍ରପାତରେ ଯୁବକ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ ହୋଇଛି । ମୃତକ ଜଣକ ହେଲେ ମାଛକୁଟା ବିଜୟ…
ଖଣିରେ ଦୁର୍ଘଟଣା – ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଭୁବନେଶ୍ୱରି କୋଇଲା ଖଣିରେ ଦୁର୍ଘଟଣା ଯୋଗୁଣ ଜଣଙ୍କର ମୃତ୍ୟୁ ହୋଇଛି । ଦୁଇ ଟ୍ରକ ମୁହାଁ ମୁହିଁ ଧକ୍କା ହେବା…