ମୁଖ୍ୟ ଖବର ଟ୍ରେନରେ କଟି ବୃଦ୍ଧା ମୃତ Angul OnlineJuly 12, 2021July 12, 2021 କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସମଲ ଥାନା ବଲାଙ୍ଗି ଲେବୁଲକ୍ରସିଂ ନିକଟରେ ଆଜି ସକାଳେ ବଲାଙ୍ଗି ଗାଁ ପୁରୁଣାସାହିର କୌଶଲ୍ୟା ଭୋଇ ନାମକ ଜଣେ ବିଧବା ମହିଳା ଟ୍ରେନରେ କଟି ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ସାଢେ଼ ୭ଟା ବେଳେ କୌଶଲ୍ୟା ଭୋଇ ଗାଁ ନିକଟରେ ଥିବା ଏକ ପୋଖରୀକୁ ଶୌଚ ହେବାପାଇଁ ରେଳ ଲାଇନ ପାର ହୋଇ ଯିବା ବେଳେ ଏନଟିପିସିରୁ ତାଳଚେର ଅଞ୍ଚଳକୁ ଯାଉଥିବା ଏକ ରେଳ ଇଞ୍ଜିନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ମହିଳା ଜଣକ ରେଳଲାଇନ ଉପରେ ଖସିପଡିଥିଲେ । ମହିଳାଙ୍କ ବେକ ଉପରେ ଟ୍ରେନଟି ଚଢିଯିବାରୁ ତାଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇ ଯାଇଥିଲା । ଘଟଣା ପରେ ମହିଳାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଲୋକେ ରାସ୍ତା ଅବରୋଧ କରିବାରୁ ତାଳଚେରରୁ ଏନଟିପିସିକୁ ରେଳ ଯୋଗେ କୋଇଲା ପରିବହନରେ ବାଧାପ୍ରାପ୍ତ ହୋଇଥିଲା । ଏ ନେଇ ସମଲ ଥାନାରେ ଏକ ବୈଠକ ବସି ମୃତକ ପରିବାରକୁ ୩ ଲକ୍ଷ ୫୦ ହଜାର ଟଙ୍କା ଏନଟିପିସି ପକ୍ଷରୁ କ୍ଷତିପୂରଣ ଦେବାପାଇଁ ପ୍ରତିଶ୍ରୁତି ମିଳିବା ପରେ ଶବ ବ୍ୟବଚ୍ଛେଦ ପାଇଁ ତାଳଚେର ଡାକ୍ତରଖାନାକୁ ପଠାଇ ଦିଆଯାଇଥିଲା । Advertisement
ଆସନ୍ତାକାଲି ଠାରୁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ତାଳଚେର – ଆସନ୍ତାକାଲି ( ୨୪ ତାରିଖ ) ଠାରୁ ଅନିର୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ୫ ଦଫା…
୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ ଅନୁଗୁଳ – ଜାତୀୟ ରାଜପଥ ୫୫ ପୁଣି ନେଲା ଜୀବନ । ଅଜଣା ଗାଡି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ କରଡାଗାଡ଼ିଆ ଗାଁର କାଶୀନାଥ…
ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…