ଅପରାଧ ମାତାଜୀଙ୍କୁ ଦୁଷ୍କର୍ମ ଅଭିଯୋଗ – ଗିରଫ ହେଲେ ବାବାଜୀ Angul OnlineSeptember 13, 2021September 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମଧୁପୁର ଗାଁରେ ଜଣେ ମାତାଜୀଙ୍କୁ ଦୁଷ୍କର୍ମକରି ଜଣେ ବାବାଜୀ ଗିରଫ ହୋଇଛନ୍ତି । ସୂଚନା ଅନୁସାରେ ମଧୁପୁର ଗାଁର ଏକ କୋଠଘରେ ୬୫ ବର୍ଷୀୟ ହରିହର ନାଏକ ନାମକ ଜଣେ ବାବା ରହି ଆସୁଥିଲେ । ଗତ ୩ ମାସ ହେବ ସେଠାରେ ଆଉ ଜଣେ ମହିମା ଧର୍ମାବଲମ୍ବି ମାତା ମଧ୍ୟ ଆସି ଆଶ୍ରୟ ନେଇଥିଲେ । ତେବେ ମାତା ଜଣଙ୍କୁ ଏକୁଟିଆ ପାଇ ବାବା ହରିହର ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ । ଆଉ ଏ ସମ୍ପର୍କରେ କାହାକୁ କହିଲେ ଜୀବନରେ ଧମକ ଦେଇ ବାରମ୍ବାର ମାତାଜୀଙ୍କ ସହ ଶାରୀରିକ ସମ୍ପର୍କ ରଖୁଥିଲେ । କିନ୍ତୁ ବାବବାଜିଙ୍କ ଏଭଳି ଆଚରଣ ଅତ୍ୟଧିକ ହେବାରୁ ମାତା ଏ ନେଇ ବନ୍ତଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ପୁଲିସ ଏକ ମାମଲା ରୁଜୁକରି ଅଭିଯୁକ୍ତ ବାବା ହରିହରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ବେଶ ଚାଞ୍ଚଲ୍ୟ ଖେଳାଇ ଦେଇଛି । Advertisement
ସୌନ୍ଦର୍ଯ୍ୟ ପଛରେ ଥାଉ ପ୍ରଚାର ଆଗ – ସ୍କୁଲ କାନ୍ଥରେ ପ୍ରଚାର ପୋଷ୍ଟର ଅନୁଗୁଳ – ପୌରନିର୍ବାଚନ ପାଇଁ ଆଉ ଅଳ୍ପ ଦିନ ବାକି ଥିବା ବେଳେ ପ୍ରାର୍ଥୀମାନେ ଭୋଟରଙ୍କ ମନ ଜିଣିବା ପାଇଁ ପ୍ରଚାର ଜୋରସୋରରେ କରୁଛନ୍ତି । ଘର…
ଜାତୀୟ ରାଜପଥରେ ବନ୍ଧୁକ ଦେଖାଇ ୯୦ହଜାର ଟଙ୍କା ଲୁଟ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜାମ୍ବୁନାଲି ଛକ ନିକଟରେ ଜଣେ ମେଡିସିନ ପ୍ରତିନିଧିଙ୍କ ଠାରୁ ବନ୍ଧୁକ ମୁନରେ ୯୦ହଜାର…
ଚାକିରୀ ନାଁରେ ଠକେଇ , ଜଣେ ଗିରଫ ଅନୁଗୁଳ – ଚାକିରୀ ଦେବାକୁ କହି ଜଣେ ଯୁବତୀଙ୍କ ଠାରୁ ଟଙ୍କା ଠକି ନେବା ଅଭିଯୋଗରେ ଜଣେ ଯୁବକକୁ ଅନୁଗୁଳ ଥାନା ପୁଲିସ ଗିରଫ କରି କୋର୍ଟ…