ମୁଖ୍ୟ ଖବର ସେଲଫି ନେବା ବେଳେ ବୁଡିଗଲା ଡଙ୍ଗା – ଆସିଷ୍ଟାଣ୍ଡ ଲୋକୋ ପାଇଲଟ ମୃତ Angul OnlineJuly 5, 2024July 5, 2024 ଅନୁଗୁଳ – ସେଲ୍ଫି ନେବା ହୋଇଛି କାଳ । ୪ ଯୁବକ ଜଳ ଭଣ୍ଡାର ଭିତରକୁ ଡଙ୍ଗା ନେଇ ଫଟୋ ଉଠାଇବାକୁ ଯାଇଥିବା ବେଳେ ଡଙ୍ଗା ବୁଡି ଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାର ୪ ଜଣ ଯୁବକ ଗୁରଙ୍ଗ ଜଳଭଣ୍ଡାରକୁ ଭୋଜି ବାକୁ ଯାଇଥିଲେ । ଭୋଜି କରିବା ବେଳେ ସେଠାରେ ବୁଲାବୁଲି କରି ଫଟୋ ଉଠାଇଥିଲେ । ପରେ ସେମାନେ ସେଠାରେ ଥିବା ଏକ ଡଙ୍ଗା ନେଇ ପାଣି ଭିତରକୁ ଯାଇ ଫଟୋ ଉଠାଇବାକୁ ଜଳଭଣ୍ଡାର ଭିତରକୁ ଯାଇଥିଲେ । ତେବେ କିଛିଦୂର ଗଲା ପରେ ହଠାତ ଡଙ୍ଗାଟି ଲେଉଟି ପଡିଥିଲା । ଫଳରେ ଚାରି ଜଣ ଗଭୀର ପାଣିରେ ବୁଡି ଯାଇଥିଲେ । ସେମାନଙ୍କ ମଧ୍ୟରୁ ତିନି ଜଣ ପହଁରି ପହଁରି କୂଳକୁ ପଳାଇ ଆସିଥିବା ବେଳେ ଜଣେ ନିଖୋଜ ହୋଇ ଯାଇଥିଲେ । ଖବର ପାଇ ସ୍ଥାନୀୟ ଲୋକ ଓ ପରେ ଦମକଳ ବାହିନୀ ପହଂଚି ଖୋଜାଖୋଜି କରିଥିଲେ । ପ୍ରାୟ ଏକ ଘଣ୍ଟା ଖୋଜିବା ପରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ମୃତ ଯୁବକ ଜଣଙ୍କ ଗୋତମରା ଗାଁର ପାର୍ଥସାରଥୀ ଗୋଛାୟତ ଏବଂ ସେ ଆସିଷ୍ଟାଣ୍ଟ ଲୋକୋ ପାଇଲଟ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣା ପଡ଼ିଛି । Advertisement
୫ ଡକାୟତ ଗିରଫ , ମାରଣାସ୍ତ୍ର ଓ ଗାଡି ଜବତ ଅନୁଗୁଳ – ନାଲକୋନଗର ଅଞ୍ଚଳରେ ରାତିରେ ପେଟ୍ରୋଲିଂ କରୁଥିବା ସମୟରେ ନାଲକୋ ସିନିୟର ଡିପିଏସ୍ ସ୍କୁଲ ପଛ ପାଖରୁ ୫ ଜଣ ଡକାୟତଙ୍କୁ ନାଲକୋନଗର ପୋଲିସ କାବୁ…
ସ୍ଵାମୀ ଘର ସମ୍ମୁଖରେ ସ୍ତ୍ରୀର ଧାରଣା ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସାମନ୍ତ ସାହିର ଦିଗାମ୍ବର ବାରିକଙ୍କ ପୁଅ ମାନସ ବାରିକଙ୍କ ଘର ସମ୍ମୁଖରେ ସ୍ତ୍ରୀ ଜୋସ୍ନା ସାହୁ ଧାରଣା ରେ…
ପାଣିରେ ଦୁଇ କିଲୋମିଟର ଭାସିଗଲେ ଯୁବକ – ଉଦ୍ଧାର କଲେ ଗ୍ରାମବାସୀ ଅନୁଗୁଳ – ଲିଙ୍ଗରା ନାଳ ବଢ଼ି ପାଣିରେ ଭାସି ଯାଇଥିଲେ ଯୁବକ।ଉଦ୍ଧାର କଲେ ଗ୍ରାମବାସୀ । ଅନୁଗୁଳ ସହର ଦେଇ ଯାଇଥିବା ଲିଙ୍ଗରା ନାଳରେ , ଡେରଜାଙ୍ଗ…