ଅପରାଧ କଳାହିରାର ସହରରୁ ଧଳା ଜହର ଜବତ – ଜଣେ ଗିରଫ Angul OnlineSeptember 25, 2022September 25, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଅବକାରୀ ବିଭାଗକୁ ପୁଣି ଏକ ସଫଳତା ମିଳିଛି । ଅନେକ ଦିନ ହେଲା କଳାହିରାର ସହର ତାଳଚେରରେ ଧଳା ଜହର ବିକ୍ରି କରୁଥିବା ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଧରିବା ସହ ତା ନିକଟରୁ ବ୍ରାଉନ ସୁଗାର ଜବତ କରା ଯାଇଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ତାଳଚେର ରେମୁଆଁ ଅଞ୍ଚଳର ବ୍ରଜ ମୋହନ ପଟ୍ଟନାୟକ ଓରଫ ଭିକୁ । ସେ ଧଳା ଜହର ବିକ୍ରି ପାଇଁ ରଖିଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା । ତା ନିକଟରୁ ୨୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣା ପଡ଼ିଛି । Advertisement
ଜୁଆଆଡା ଉପରେ ପୁଲିସର ଚଢ଼ାଉ, ୩ ଗିରଫ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିପଟା ମେଡିକାଲ ପଛପଟେ ଚଢ଼ାଉ କରି ଟଙ୍କା ସହିତ ୩ ଜଣ…
ମାତୃହନ୍ତା ପୁଅକୁ ଆଜୀବନ କାରାଦଣ୍ଡାଦେଶ ଅନୁଗୋଳ – ମାତୃହନ୍ତା ପୁଅକୁ ଆଜୀବନ କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜୋରିମନାରେ ଦଣ୍ଡିତ କରିଛନ୍ତି ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ…
ବିଡ଼ିଓଙ୍କ ବାସଭବନରୁ ଚୋରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରିଣୀଙ୍କ ବାସଭବନରୁ ଚୋରୀ ହୋଇଥିବା ନେଇ ଆଜି ଅନୁଗୁଳ ଥାନାରେ ଅଭିଯୋଗ ହୋଇଛି । କେହି ଦୁର୍ବୃତ୍ତ…