ଅପରାଧ ପ୍ରେମ ପରେ ଦୁଷ୍କର୍ମ , ପ୍ରତାରଣା – ଯୁବକ ଗିରଫ Angul OnlineSeptember 7, 2024September 7, 2024 ଅନଗୁଳ – ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଟାଉନ୍ ଥାନା ପୁଲିସ୍ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ, ଦୀପକ ସାହୁ । ତାଙ୍କ ଘର ଅନୁଗୁଳ ସହର ଉପକଣ୍ଠ କୁମଣ୍ଡ ଗ୍ରାମରେ । ସୂଚନା ମୁତାବକ, ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀ ଅନୁଗୁଳ ସହରର ଏକ ସୋରୁମ୍ରେ କାମ କରୁଥିଲେ । ସେଠାରେ ଅଭିଯୁକ୍ତ ଦୀପକର ତାଙ୍କ ସହିତ ପରିଚୟ ହୋଇଥିଲା । ପରେ ଉଭୟଙ୍କ ସମ୍ପର୍କ ନିବିଡ଼ ହୋଇଥିଲା । ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ । ମାତ୍ର ପରେ ବିବାହ କରିବାକୁ ଦୀପକ ଧରାଛୁଆଁ ଦେଇନଥିଲେ । ଫଳରେ ଯୁବତୀ ଏ ନେଇ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାରେ ଆପୋଷ ବୁଝାମଣା ଦ୍ୱାରା ଦୀପକ ଯୁବତୀଙ୍କୁ ବିବାହ କରିବାକୁ ରାଜି ହୋଇଥିଲେ । ଫଳରେ ଯୁବତୀ ଦୁଷ୍କର୍ମ ନେଇ ଏତଲା ଦେଇନଥିଲେ । ଦୀପକ ଅନୁଗୁଳ ସହରର ବୁଢ଼ୀ ଠାକୁରାଣୀ ମନ୍ଦିରରେ ବରଣମାଳା ଦେଇ ବିବାହ କରିଥିଲେ । ଯୁବତୀଙ୍କୁ ନେଇ ଦୀପକ ଏକ ହୋଟେଲ୍ରେ ପ୍ରାୟ ୧୫ ଦିନ ରହିଥିଲା । ଏକାଧିକ ଥର ଶାରୀରିକ ସମ୍ପର୍କ ରଖିବା ପରେ ସେଠାରୁ ଫେରାର୍ ହୋଇଯାଇଥିଲେ । ଯୁବତୀଙ୍କୁ ଆଉ ଧରାଛୁଆଁ ଦେଇ ନଥିଲେ । ଫଳରେ ଯୁବତୀ ପୁନର୍ବାର ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲା । ପୁଲିସ୍ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିବା ସହିତ ଆଜି ଅଭିଯୁକ୍ତ ଦୀପକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । Advertisement
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ସିପୁର ଗ୍ରାମ ହାଇସ୍କୁଲ ଖେଳପଡ଼ିଆ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ…
ପଞ୍ଜାବରୁ ଆସି କରୁଥିଲେ ଅପରାଧ – ମାରଣାସ୍ତ୍ର ସହ କାବୁ କଲା ପୁଲିସ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ପୁଲିସ କବଜାରେ ପଞ୍ଜାବର ଦୁଇ ଅପରାଧୀ । ଯେଉଁମାନେ ଅନୁଗୁଳ ଜିଲାରେ ରହି ବିଭିନ୍ନ ପ୍ରକାର ଅପରାଧ ଘଟାଉ ଥିବା…
ଗୁଳି ମାଡରେ ଆହତ ଯୁବକଙ୍କ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ଗତ ୩୦ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଆହତ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ…