ଖେଳ ଓ ଖେଳାଳି ଲୁଟୁ ୱାରିଅର୍ସ ପ୍ରିମିୟର ଲିଗର ଫାଇନାଲରେ କମାଣ୍ଡୋ ୧୧ ଏବଂ ତେଲକୋଇ Angul OnlineOctober 15, 2021October 15, 2021 ଅନୁଗୁଳ – ଅନୁଗୁଳ ଲୁଟୁ ୱାରିଅର୍ସ ପ୍ରିମିୟର ଲିଗର ଦ୍ୱିତୀୟ ସେମି ଫାଇନାଲ୍ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି । ଆଜି ( ବୁଧବାର) ଖେଳା ଯାଇଥିବା ଏହି ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ତେଲକୋଇ ଓ ଦେବଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ବ୍ୟାଟିଂ କରି ତେଲକୋଇ ଦଳ ନିର୍ଦ୍ଧାରିତ ୮ ଓଭରରେ ୧୨୧ ରନ ସଂଗ୍ରହ କରିଥିବା ବେଳେ ଏହି ଲକ୍ଷ୍ୟ ନେଇ ଦେବଗଡ଼ ଦଳ ଖେଳିବାକୁ ଯାଇ ୮ ଓଭରରେ ୮ ଜଣ ବ୍ୟାଟସମ୍ୟାନଙ୍କୁ ହରାଇ ମାତ୍ର ୪୫ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା । ଫଳରେ ତେଲକୋଇ ଦଳ ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଆସନ୍ତାକାଲି ଭୁବନେଶ୍ୱରର କମାଣ୍ଡୋ ୧୧ ଦଳ ସହ ଫାଇନାଲ ମ୍ୟାଚ ଖେଳିବ । ଶିମିଳିପଡାର ମହିମା ନେହେରୁ କ୍ଳବ ଏହି ଟୁର୍ଣ୍ଣାମେଣ୍ଟକୁ ଆୟୋଜନ କରିଥିବା ବେଳେ ଆଜିର ସେମିଫାଇନାଲ ମ୍ୟାଚ ବେଳେ ମୁଖ୍ୟ ଅତିଥି ଭାବରେ ଅନୁଗୁଳ ଓକିଲ ସଂଘର ସଭାପତି ଦିଲୀପ କୁମାର ସାହୁ ଏବଂ ସମ୍ପାଦକ ଶ୍ରୀ ସୋମନାଥ ରାଉତ ଯୋଗଦାନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । Advertisement
ଶୁଟିଂରେ ତନିଷ୍କାଙ୍କୁ ରୋପ୍ୟ ଏବଂ କାଂସ୍ୟ – ସମ୍ବର୍ଦ୍ଧିତ କଲେ ବିଧାୟକ ତାଳଚେର – ବନ୍ଧୁକ ଚାଳନା ପ୍ରତିଯୋଗିତାରେ ତାଳଚେର ପାଇଁ ଗର୍ବ ଓ ଗୌରବ ଆଣିଲେ ତାଳଚେର ରାଇଫଲ କ୍ଲବର ତନିଷ୍କା ସାମନ୍ତଙ୍କ ସମେତ ପାଞ୍ଚଜଣ ପ୍ରତିଯୋଗୀ ।…
ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ – ଇସ୍ତଫା ଦେଲେ କୋଷାଧକ୍ଷ ଅନୁଗୁଳ – ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ ଦେଖା ଦେଇଛି । ଆସୋସିଏସନର କିଛି ବରିଷ୍ଠ କର୍ମକର୍ତ୍ତା ସେଠାରେ ମନମୁଖୀ କାର୍ଯ୍ୟ ଚଳାଇଥିବା ଅଭିଯୋଗ ହୋଇଛି…
ନଭେମ୍ବର ୩ ତାରିଖରୁ ବାଜି ରାଉତ ଫୁଟବଲ କପ ଟୁର୍ଣ୍ଣାମେଣ୍ଟ ଅନୁଗୁଳ – ଆସନ୍ତା ନଭେମ୍ବର ୩ ତାରିଖରୁ ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବାଜିରାଉତ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ…