ରାଜନୀତି କଂଗ୍ରେସ ଘୋଷଣା କଲା ନଗରପାଳ ପାଇଁ ପ୍ରାର୍ଥୀ Angul OnlineMarch 4, 2022March 4, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ପୂର୍ବତନ କାଉନସିଲର ତଥା ସମାଜସେବୀ ବଲବୀର ସିଂହଙ୍କୁ ଆସନ୍ତା ପୌର ନିର୍ବାଚନ ପାଇଁ ଅନୁଗୁଳ ନଗରପାଳ ପ୍ରାର୍ଥୀ ରୂପେ ଚୟନ କରାଯାଇଛି । ଶୁକ୍ରବାର ଅନୁଗୁଳ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୁଚନା ଦିଆଯାଇଛି । ଜିଲ୍ଲା କଂଗ୍ରେସ କମିଟି ସଭାପତି ବିପ୍ଳବ ଜେନାଙ୍କ ସମେତ ଏହି ସମ୍ମିଳନୀରେ ଦଳର ଉପସଭାପତି ତପନ ପ୍ରଧାନ , ଓବିଶି ସେଲ ଅଧ୍ୟକ୍ଷ ଜିତେନ୍ଦ୍ର ସାହୁ ଓ ନଗର କଂଗ୍ରେସ ସଭାପତି ସୁଦୀପ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଆସନ୍ତା ପୌର ନିର୍ବାଚନରେ ବଲବୀରଙ୍କ ନେତୃତ୍ୱରେ କଂଗ୍ରେସ ଭଲ ଫଳାଫଳ କରିବ ବୋଲି ଜିଲ୍ଲା ସଭାପତି ବିପ୍ଲବ ଜେନା କହିବା ସହ ଖୁବ ଶୀଘ୍ର କାଉନସିଲର ପ୍ରାର୍ଥୀ ମାନଙ୍କ ନାମ ଘୋଷଣା କରାଯିବ ବୋଲି କହିଛନ୍ତି । Advertisement
ନେତାଙ୍କ ପାଠ କେତେ ? ଅନୁଗୁଳ – ମେ ମାସ ୨୫ ତାରିଖାରେ ହେବାକୁ ଥିବା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଛି । ଅନୁଗୁଳ ଜିଲ୍ଲାରେ ଚଳିତ ନିର୍ବାଚନରେ ରଣାଙ୍ଗନକୁ…
ନିର୍ବାଚନ ପୂର୍ବରୁ ହିଂସା – ପୌରଧ୍ୟକ୍ଷ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ adv ଅନୁଗୁଳ – ନିର୍ବାଚନର ଠିକ ପୂର୍ବ ଦିନରେ ଅନୁଗୁଳ ପୌରାଞ୍ଚଳରେ ନିର୍ବାଚନୀ ହିଂସା ଦେଖା ଦେଇଛି । ସୂଚନା ଅନୁସାରେ , ଅନୁଗୁଳ ଶିମିଳିପଡ଼ାର ସ୍ଵାଧିନ…
ବିଶ୍ୱରଞ୍ଜନ ଜିଲ୍ଲା ଯୁବ କଂଗ୍ରେସ ସଭାପତି ନିର୍ବାଚିତ ଅନୁଗୋଳ – ଓଡିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସମସ୍ତ ପଦବୀ ନିମନ୍ତେ ସାଙ୍ଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏହି କ୍ରମରେ ଅନୁଗୋଳ ଜିଲ୍ଲା…