ସମସ୍ୟା ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ Angul OnlineOctober 20, 2022October 20, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଡକେରଜାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓଲ୍ହାଇଥିଲେ ଛାତ୍ରଛାତ୍ରୀ । ସ୍କୁଲ ଫାଟକରେ ତାଲା ପକାଇବା ସହ ଫାଟକ ଆଗରେ ବସି ରହି ଶିଷକ ନିଯୁକ୍ତି ଦାବି କରିଥିଲେ । ସେମାନଙ୍କ ଅଭିଯୋଗ ହେଲା ଯେ ସ୍କୁଲରେ ବହୁ ବର୍ଷ ହେଲା ହିନ୍ଦୀ ଓ ଗଣିତ ଶିକ୍ଷକ ନାହାଁନ୍ତି । ଯାହା ଫଳରେ ଛାତ୍ରଛାତ୍ରୀ ମାନେ ଗଣିତ ଓ ହିନ୍ଦୀ ଶିକ୍ଷା ସଠିକ ଭାବେ ପାଇ ପାରୁ ନାହାନ୍ତି । ଏଥିପାଇଁ ଅଭିଭାବକ ମାନେ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଅନେକ ଥର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନାହିଁ । ଏଥିପାଇଁ ଆଜି ସେମାନେ ବାଧ୍ୟ ହୋଇ ଆନ୍ଦୋଳନକୁ ଓଲ୍ହାଇଛନ୍ତି ବୋଲି କହିଛନ୍ତି । ବହୁ ସମୟ ଧରି ଫାଟକ ଆଗରେ ବସି ରହିବା ପରେ ବି ଇ ଓ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା । Advertisement
ବଢୁଛି କୁକୁର ମାନଙ୍କ ଦୌରାତ୍ମ୍ୟ – ବନ୍ଧ୍ୟାକରଣ କେନ୍ଦ୍ର କାର୍ଯ୍ୟକ୍ଷମ ଦାବି ଅନୁଗୁଳ – ଅନୁଗୁଳ ସହର ମଧ୍ୟରେ କୁକୁର ମାନଙ୍କ ଦୌରାତ୍ମ୍ୟ ହ୍ରାସ କରିବା ପାଇଁ “ବନ୍ଧ୍ୟାକରଣ କେନ୍ଦ୍ର (ସେଣ୍ଟର)” କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ଉଦ୍ଦେଶ୍ୟରେ ଜିଲ୍ଲା…
ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ‘ଖ’ ପଞ୍ଚାୟତ ସାନ୍ତରାପୁର ନୂଆସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଆଜି ରାସ୍ତା ଅବରୋଧ…
ବିଟ ହାଉସକୁ ଭରସା ଦଦରା ଜିପ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ବାଗଡ଼ିଆର ଥିବା ବିଟ ହାଉସରେ ଭଲ ଗାଡି ଖଣ୍ଡିଏ ନାହିଁ । ଏକ ବହୁ ପୁରୁଣା ଭଙ୍ଗରା…