ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ବା ଏନଟିପିସି ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରାଯିବ । ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀଙ୍କ ଏହି ପ୍ରତିଶ୍ରୁତି ପରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର । ସେହିପରି ତାଳଚେରରେ ଆଉ ଏକ ନୂଆ ତାପଜ ବିଦ୍ୟୁତ୍ କେନ୍ଦ୍ର ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ତେବେ ଓଡ଼ିଶା ସରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେଲେ, ନୂଆ ତାପଜ ବିଦ୍ୟୁତ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି ।

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
0

Leave a Reply