ମୁଖ୍ୟ ଖବର ନବାଳିକାକୁ ଅସଦାଚରଣ ଅଭିଯୋଗରେ ଡାକ୍ତର ଗିରଫ Angul OnlineNovember 8, 2022November 8, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ପୁଲିସ ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଡାକ୍ତର ଜଣଙ୍କ ହେଲେ ଘରୋଇ କ୍ଲିନିକର ଡାକ୍ତର ପବିତ୍ର ମୋହନ ପ୍ରଧାନ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ତାଳଚେର ଅଞ୍ଚଳର ଏକ ଦମ୍ପତ୍ତି ତାଙ୍କ ୧୩ ବର୍ଷୀୟ ଝିଅର ସ୍ୱାସ୍ଥ୍ୟ ଦେଖାଇବାକୁ ବାଘୁଆବୋଲସ୍ଥିତ ଡାକ୍ତର ପବିତ୍ର ମୋହନଙ୍କ କ୍ଲିନିକକୁ ଯାଇଥିଲେ । ତେବେ ସେଠାରେ ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା ବାହାନାରେ ନାବାଳିକାଙ୍କୁ ଅସଦାଚରଣ କରିଥିବା ପରିବାର ଲୋକ ତାଳଚେର ଥାନାରେ ଅଭିଯୋଗ କରିଥିଲେ । ଏହି ଅଭିଯୋଗ ଆଧାରରେ ପୁଲିସ ତଦନ୍ତ କରି ଡାକ୍ତରଙ୍କୁ ପୋକସୋ ଆକ୍ଟରେ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ଡାକ୍ତର ମଧ୍ୟ ତାଙ୍କୁ ଉପରୋକ୍ତ ଦମ୍ପତ୍ତି ଗାଳିଗୁଲଜ କରି ଧମକାଇବା ଅଭିଯୋଗ ମଧ୍ୟ ଥାନାରେ ଅଭିଯୋଗ କରିଥିବା ଜଣା ପଡ଼ିଛି । ଏହି ଘଟଣା ଆଜି ସମଗ୍ର ତାଳଚେର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । Advertisement
ନଦୀରେ ଫୋପାଡି ଦେଲେ ମୃତ ଶିଶୁକନ୍ୟା ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ରାଇପାଳ ଗ୍ରାମ ନିକଟଦେଇ ବହି ଯାଇଥିବା ଆଉଁଳି ନଦୀରୁ ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି…
୪ ତାରିଖ ତାଳଚେର ବନ୍ଦ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତାକାଲି(୪ ତାରିଖ) ୨୪ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆ ଯାଇଥିବା ବେଳେ…
ପୋଖରୀରୁ ଇଟାଭାଟି ଶ୍ରମିକଙ୍କ ମୃତଦେହ ଉଦ୍ଧାର ଅନୁଗୁଳ- ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାହାଳସାହି ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ଇଟାଭାଟି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ଜଣକ…