ଆଞ୍ଚଳିକ ପୁଣି ଦନ୍ତାହାତୀ ମୃତ – ଗୁଳି କରି ହତ୍ୟା ସନ୍ଦେହ Angul OnlineDecember 2, 2022December 2, 2022 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡାଗାଡି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଘୋଡାଗାଡି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହ ପଡ଼ିଥିବାର ଖବର ପାଇ, ରେଞ୍ଜର ବନବିଭାଗ ଅଧିକାରୀ ଏସିଅଫ ଗୌରୀଶଙ୍କର ଦାସ, ଫରେଷ୍ଟର ଦୀପ୍ତିରଞ୍ଜନ, ରେଞ୍ଜ ଅଫିସର ମାଧପୁର ସନ୍ତୋଷ କୁମାର ଭୋଇ,ବିଶ୍ୱାଳ, ଡି ଏଫ ଓ ଏସ. ଆନନ୍ଦ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ହାତୀଟି ଗତ ଦୁଇ ଦିନ ତଳୁ ମରିଥିବାର ଅନୁମାନ କରାଯାଉଛି । ତେବେ ହାତୀଟିକୁ କୌଣସି ଶିକାରୀ ଗୁଳି କରିଥିବାର ସନ୍ଦେହ କରା ଯାଉଛି । ଶବ ବ୍ୟବଚ୍ଛେଦ ପରେ ଅଧିକ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣା ପଡିବ । Advertisement
ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ ଅନୁଗୁଳ – ଅନୁଗୁଳ ବ୍ଲକ ବସଲା ଗ୍ରାମର ଜଣେ ବ୍ୟକ୍ତି ବୁଧବାର ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ଏହାର…
ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ରେଳ ଷ୍ଟେସନ ନିକଟ ରେଳ ଧାରଣାରୁ ଜଣେ ରେଳ କର୍ମଚାରୀଙ୍କ ଖଣ୍ତ ବିଖଣ୍ତିତ ମୃତ ଦେହ ଉଦ୍ଧାର ହୋଇଛି ।…
ଜାତୀୟ ପ୍ରେସ ଦିବସ ପାଳିତ – ସୁଧୀରେନ୍ଦ୍ର ପରିଜା ସମ୍ମାନିତ ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସାମ୍ବାଦିକ ମାନଙ୍କ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ଅନୁଗୁଳ ଜିଲ୍ଲା ସଦର ମହକୁମାଠାରେ କାର୍ଯ୍ୟରତ…