ମୁଖ୍ୟ ଖବର ବାରହା ଫାଶରେ ପଡି ହାତୀ ମୃତ Angul OnlineAugust 27, 2022August 27, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାର ସାତକୋଶିଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ପମ୍ପାସର ରେଞ୍ଜ ଜଗନ୍ନାଥପୁର ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ମୃତ ହାତୀର ବୟସ ପ୍ରାୟ ପାଞ୍ଚ ବର୍ଷ ହେବ । ବାରହା ଶିକାର ଲାଗି ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍ ତାର ଫାସରେ ପଡି ଏହି ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପକ୍ଷରୁ କୁହା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଜଗନ୍ନାଥପୁର ଗ୍ରାମ ବଡ଼ଝରଠାରେ ଏକ ଦନ୍ତାହାତୀ ମରି ପଡିଥିବା ଆଜି ସକାଳେ ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ । ଏନେଇ ବନ ବିଭାଗର କର୍ମଚାରୀ ମାନେ ସେଠାରେ ପହଞ୍ଚି ହାତୀଟି ବିଦ୍ୟୁତ ତାରରେ ଲାଗି ମୃତ୍ୟୁବରଣ କରିଥିବା ଜାଣିବାକୁ ପାଇଥିଲେ । ତେବେ ଏହି ଦନ୍ତାହାତୀଟି ମଧ୍ୟବୟସ୍କ ହୋଇଥିବା ବେଳେ ବନ୍ୟଜନ୍ତୁ ଶିକାର ଉଦ୍ଦେଶ୍ୟରେ ବିଦ୍ୟୁତ ତାର ବିଛାଯାଇଥିବା ତାରରେ ଲାଗି ଏହି ଦନ୍ତାହାତୀଟିର ଜୀବନ ଯାଇଛି । ଘଟଣାସ୍ଥଳରେ ସାତକୋଶିଆ ଡିଏଫଓ ଡ଼ଃ ସରୋଜ ପଣ୍ଡା,ଏସିଏଫ ଶୁଭେନ୍ଦୁ ବେହେରା ପହଞ୍ଚି ହାତୀ ବ୍ୟବଚ୍ଛେଦ କରିବା ସହ ଘଟଣାର ତଦନ୍ତ କରିଛନ୍ତି । Advertisement
ଜିଲ୍ଲାରେ ଆରମ୍ଭ ହେଲା ପିଙ୍କ ପେଟ୍ରୋଲିଂ – ମହିଳାଙ୍କ କରିବ ସୁରକ୍ଷା ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁଲିସ ମହିଳାଙ୍କ ସୁରକ୍ଷା ପାଇଁ ଜିଲ୍ଲାରେ ପିଙ୍କ ପେଟ୍ରୋଲିଂ ବ୍ୟବସ୍ଥା ଆରମ୍ଭ କରିଛି । ଦିନକୁ ଦିନ ମହିଳା ମାନେ ଲୁଟ,…
ପୁଲିସ ଏସ୍.ଆଇ ଓ ଏ.ଏସ୍.ଆଇ ସ୍ତରରେ ବଡ଼ ଅଦଳବଦଳ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁଲିସ ଏସ୍.ଆଇ ଓ ଏ.ଏସ୍.ଆଇ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି । ଅନୁଗୁଳ ଜିଲ୍ଲା ଏସ୍.ପି. ସୁଧାଂଶୁ ଶେଖର…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼ – ପୁଲିସ ସାଜିଲା ଦେଖଣାହାରୀ ଅନୁଗୁଳ – ରୋଗୀଙ୍କ ସମ୍ପର୍କୀୟଠାରୁ ଟଙ୍କା ଠକେଇ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା । ଧରା ପଡ଼ିବା ପରେ ନିସ୍ତୁକ ପିଟିଲେ ଲୋକ । ଅନୁଗୁଳ ଜିଲ୍ଲା ମୁଖ୍ୟ…