ଆଞ୍ଚଳିକ ପାଣି ଘେରରେ ଲୋକ Angul OnlineSeptember 26, 2024September 26, 2024 ତାଳଚେର – ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଘରେ ପଶିଲା ବର୍ଷା ଜଳ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକର କଙ୍କିଳୀ ଗ୍ରାମ ପଂଚାୟତର ଦେହୁରୀ ସାହିରେ । ସୂଚନା ଅନୁସାରେ ଦେହୁରିସାହିକୁ ଡ୍ରେନର ସୁବିଧା ନଥିବାରୁ ବର୍ଷା ଜଳ ସିଧାସଳଖ ଭାବେ ଘର ଭିତରେ ପଶୁଥିବାରୁ ୫ଟି ପରିବାର ଏବେ ପାଣି ଘେରରେ ରହିଛନ୍ତି । ଘର ଭିତରେ ଏକ ଫୁଟର ପାଣି ରହିଥିବା ବେଳେ ଗତକାଲି ଠାରୁ ଉପବାସରେ ରହିଛନ୍ତି ସମସ୍ତ ପରିବାର । ତେବେ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ସାହି ବାସିନ୍ଦା ଦାବି କରିଛନ୍ତି । ବାରମ୍ବାର ଡ୍ରେନ ପାଇଁ ଅଭିଯୋଗ କରି ଆସୁଥିଲେ ମଧ୍ୟ କେହି ଶୁଣୁ ନଥିବାରୁ ବର୍ଷା ଦିନେ ଏଭଳି ଦୁର୍ଦ୍ଦଶା ଭୋଗୁଥିବା ସାହି ବାସିନ୍ଦା ଅଭିଯୋଗ ଆଣିଛନ୍ତି । ଗତକାଲି ତାଳଚେରରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଚାରିଆଡେ ଜଳମୟ ପରିବେଶ ସୃଷ୍ଟି ହୋଇଛି । Advertisement
ମାଛ ଜାଲରେ ଫସିଲା ଅଜଗର ସାପ – ଉଦ୍ଧାର କଲେ ସର୍ପମିତ୍ର ଅନୁଗୁଳ – ମାଛ ଜାଲରେ ଲାଗିଲା ଅଜଗର ସାପ । ଦୀର୍ଘ ସମୟ ଚେଷ୍ଟା ପରେ ଜାଲ କାଟି ଉଦ୍ଧାର କଲେ ସର୍ପମିତ୍ର ଆଦିତ୍ୟ ବେହେରା ।…
ଦିନିକିଆ ଗସ୍ତରେ କୋଲ ଇଣ୍ଡିଆ ଚେୟାରମ୍ୟାନ ତାଳଚେର – କୋଲ ଇଣ୍ଡିଆ ଚେୟାରମ୍ୟାନ ପ୍ରମୋଦ ଅଗ୍ରୱାଲ ଦିନିକିଆ ତାଳଚେର ଗସ୍ତରେ ଆସି ଏମ.ସି.ଏଲ.ର ଲିଙ୍ଗରାଜ ଓ ଭୁବନେଶ୍ଵରୀ କୋଇଲାଖଣି ବୁଲି ଦେଖିଥିଲେ । ପରେ…
୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ପୁରୁଣା ଫାୟାରଷ୍ଟେସନ ନିକଟ ନର୍ସରି ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଥିବା ବେଳେ ଏହାର ଚାଳକ ଗୁରୁତର…