ମୁଖ୍ୟ ଖବର ଟ୍ରକ ଚାପାରେ ବାପ-ପୁଅ ମୃତ Angul OnlineApril 22, 2023April 22, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି । ଆଉ ସୌଭାଗ୍ୟ ବଶତଃ ଅଳ୍ପକେ ଭଣଜା ବର୍ତ୍ତି ଯାଉଛନ୍ତି । ସୂଚନା ଅନୁସାରେ ତାଳଚେର ଗୋଡ଼ିବନ୍ଧ ଅଞ୍ଚଳରେ ରହୁଥିବା ଏମଡି ଆସିଫ ଏକ ମୋଟରସାଇକେଲରେ ତାଙ୍କ ସାଢ଼େ ତିନି ବର୍ଷର ପୁଅ ଏମଡି ଅସିବାର ଓ ଭଣଜା ଏମଡି କ୍ଷୀରୋଦଲାଲଙ୍କ ସହ ତାଳଚେର ବଜାରକୁ ଆସିଥିଲେ । ବଜାରରୁ ସଉଦାପତ୍ର କିଣି ସେ ଗୋଡିବନ୍ଧ ଆଡକୁ ଫେରୁଥିବା ବେଳେ ବାଙ୍କଧରା ଛକ ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବାପା ଆସିଫ ଓ ପୁଅ ଆସିବାରଙ୍କ ମୃତ୍ୟୁ ହୋଇଥିଲା । ଭଣଜା କ୍ଷୀରୋଦଲାଲ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକ ମାନଙ୍କୁ ବୁଝାସୁଝା କରୁଛନ୍ତି । Advertisement
ଇକୋ ପାର୍କରେ ଉଦଘାଟନ ପରେ ଫଳକ ଭଙ୍ଗା – ପୁଲିସର ଛାନଭିନ ଅନୁଗୁଳ – ସ୍ବାଧୀନତା ଦିବସ ଅବସରରେ ଅନୁଗୁଳ ଇକୋ ପାର୍କରେ ମ୍ୟୁଜିକାଲ ଫାଉଣ୍ଟେନ ଉଦ୍ଘାଟିତ ହୋଇଥିଲା । ଏଥିପାଇଁ ଅତିଥିଙ୍କ ନାମ ଥାଇ ଏକ ଫଳକ…
ସ୍କୁଟି-ବୁଲେଟ ଧକ୍କା – ଜଣେ ମୃତ ଅନୁଗୁଳ – ଅନୁଗୁଳ ସହରର ନରାୟଣ ସାଗର ସମ୍ମୁଖ ହେଲଥ କରିଡର ରାସ୍ତାରେ ସ୍କୁଟି-ବୁଲେଟ ମଧ୍ୟରେ ଧକ୍କା ହେବା ଫଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ…
ସରିଲା ତାଳଚେରର ଗଣପର୍ବ ଗଣେଷ ପୂଜା – ୮ଲକ୍ଷ ୭୦ ହଜାରରେ ଲଡୁ ନିଲାମ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରୁ ଆଜି(ଶନିବାର) ବିଦାୟ ନେଇଛନ୍ତି ପ୍ରଭୁ ଗଜାନନ । ଦୀର୍ଘ ୧୦ ଦିନ ଧରି ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇବା…