ହୋଲିରେ ବୁଲିଲା ଭୁଜାଲି – ଜଣେ ମୃତ

ଅନୁଗୁଳ – ରକ୍ତ ରଞ୍ଜିତ ହେଲା ହୋଲି । ଅନୁଗୁଳ ନାଖରାସାହିରେ ଦିନ ଦ୍ବୀପହରରେ ବୁଲିଲା ଭୁଜାଲି । ଭୁଜାଲି ଚୋଟରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅପରାହ୍ନ ପ୍ରାୟ ୩ ଟା ବେଳେ ଆଜାଦ ହୋସେନ ନାମକ ବ୍ୟକ୍ତିଙ୍କୁ ମଣ୍ଟୁ ସାମନ୍ତରାୟ ଓରଫ ସୁଦିପ ନାମକ ଜଣେ ଯୁବକ ହଠାତ ଭୁଜାଲିରେ ଆକ୍ରମଣ କରିଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରିବା ସମୟରେ ଡାକ୍ତର ମୃତ ଘୋଷଣା କରିଥିଲେ । ଯୁବକଙ୍କ ମୃତ୍ୟୁ ପରେ ଘଟଣା ସ୍ଥଳରେ ପୁଲିସ ତଦନ୍ତ ଆରମ୍ଭ କରିଛି । ତେବେ ଆଜି ସକାଳେ ହୋଲି ଖେଳକୁ ନେଇ ଉଭୟଙ୍କ ମଧ୍ୟରେ ସାମାନ୍ୟ ଝଗଡା ହୋଇଥିଲା । ଏହି ଝଗଡା ପାଇଁ ହିଁ ହତ୍ୟାକାଣ୍ଡ ହୋଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣି ପାରିଛି । ଅନ୍ୟପଟେ ଆକ୍ରମଣକାରୀ ଯୁବକଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଥିବା ମଧ୍ୟ ଜଣା ପଡ଼ିଛି ।

Advertisement

Leave a Reply

Your email address will not be published. Required fields are marked *