ଅପରାଧ ଟିକନ ହତ୍ୟା ଅପରାଧୀ ଗିରଫ Angul OnlineJanuary 13, 2022January 13, 2022 ଅନୁଗୁଳ – ଅନୁଗୁଳ ସଦର ଥାନା ବେନ୍ତପୁର ଗାଁରେ ଗତ ୧୧ ତାରିଖରେ ଦୁର୍ଦ୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟା ମାମଲାରେ ପୁଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ବେନ୍ତପୁର ମୁଣ୍ଡହତାସାହିର ବିଜୁ ନାଏକ । ପୁଲିସ ସୂଚନା ଅନୁସାରେ ୧୧ ତାରିଖ ସକାଳେ ବିଜୁ ଓ ଟିକନ ଏକାଠି ମଦ୍ୟପାନ କରୁଥିବା ବେଳେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଉଭୟ ମିଳାମିଶା ହୋଇ ଯାଇଥିଲେ । ତେବେ ସନ୍ଧ୍ୟାରେ ପୁଣି ଉଭୟ ଏକାଠି ହେବା ସହ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏହି ପାଟିତୁଣ୍ଡ ବେଳେ ବିଜୁ ଉତ୍ତ୍ୟକ୍ତ ହୋଇ ଏକ ଧାରୁଆ ଅସ୍ତ୍ରରେ ଟିକନ ପେଟକୁ ଆଘାତ କରିଥିଲା । ଏଥିରେ ଟିକନର ଅନ୍ତଃବୁଜୁଳା ବାହାରି ଯାଇଥିବା ବେଳେ ଟିକନଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଟିକନକୁ କଟକ ସ୍ଥାନାନ୍ତର କରା ଯାଉଥିବା ବେଳେ ବାଟରେ ତାର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଅନୁଗୁଳ ସଦର ଥାନା ପୁଲିସ ବିଜୁ ନାଏକକୁ ଦଫା ୩୦୨-୩୪ ରେ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି । Advertisement
ପୁଲିସବାବୁଙ୍କ ଠାରୁ ଟଙ୍କା ଠକିନେଲେ ସାଇବର ଠକ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ଜଣେ ପୁଲିସ ବାବୁ ସାଇବର ଠକେଇର ଶିକାର ହୋଇଛନ୍ତି । ପିଟିସି ଟ୍ରେନିଂ କଲେଜରେ ଏ ଏସ ଆଇ ଟ୍ରେନିଂ…
କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ…
ପୁଣି ବନ୍ଧୁକ ଓ ଖଣ୍ଡା ମୁନରେ ଲୁଟ – ପୁଲିସ ପାଇଁ କଡା ଚାଲେଞ୍ଜ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଡ଼କାୟତଙ୍କ ଆତଙ୍କରାଜ। ପୁଲିସକୁ ଖୋଲା ଚାଲେଞ୍ଜ ଦେବା ଭଳି ପୁଣି ଖଣ୍ଡା ଏବଂ ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ…