ଖେଳ ଓ ଖେଳାଳି କବାଡି ଟୁର୍ଣ୍ଣାମେଣ୍ଟରେ ଉଦଯାପିତ – କୁରୁମିଠା ଚମ୍ପିୟାନ Angul OnlineOctober 17, 2021October 17, 2021 ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅରାହାଟ ଖେଳ ପଡ଼ିଆ ଠାରେ ପଞ୍ଚୁନାଥ ମେମୋରିଆଲ କବାଡି ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ଓଡିଶା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ଏମ୍ସିଏଲ, କୁରୁମିଠା, ଥର୍ମାଲ, କିଶୋରିପାଳ ଆଦି ଦଳ ଯୋଗ ଦେଇଥିବା ବେଳ ଥର୍ମାଲ ଓ କୁରୁମିଠା ଦଳ ଫାଇନାଲକୁ ଉତିର୍ଣ୍ଣ ହୋଇଥିଲେ । ଫାଇନାଲ୍ ମ୍ୟାଚ ଉଭୟଙ୍କ ମଧ୍ୟରେ ଜୋରଦାର ଟକ୍କର ହୋଇଥିଲା । ପରିଶେଷରେ କୁରୁମିଠା ଦଳ ଚମ୍ପିୟାନ ହୋଇଥିଲେ । ପୁରସ୍କାର ବିତରଣ ଉତ୍ସବରେ ସମ୍ମାନିତ ଅତିଥି ଭାବେ ବଅଁରପାଳ ବ୍ଲକ ବିଜେଡି ସଭାପତି ବିଜୟ କୁମାର ନାଥ, ଯୁବ ନେତା ଅରୁଣାଭ ସିଂହ, ୨୮ ଜିଲ୍ଲା ପରିଷଦ ଯୋନ ବିଜେଡି ପର୍ଯ୍ୟବେକ୍ଷକ ସୁବାଷ ଚନ୍ଦ୍ର ପଟ୍ଟନାୟକ ଯୋଗଦେଇଥିଲେ । Advertisement
ଜିଲ୍ଲାରେ ହେବ ଦୁଇ ଇନଡୋର ଷ୍ଟାଡିୟମ – ଧନ୍ୟବାଦ ଦେଲେ ବ୍ରଜ ଅନୁଗୁଳ -(AO)- ଅନୁଗୁଳ ଜିଲ୍ଳାରେ ଦୁଇଟି ନୂଆଁ ଇନଡୋର ଷ୍ଟାଡିୟମ ନିର୍ମାଣ ହେବ । ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ…
ଜିଲା ପ୍ରଶାସନ ଓ ସାମ୍ବାଦିକ କ୍ରିକେଟ ମ୍ୟାଚ – ପ୍ରଶାସନ ଦଳ ବିଜୟୀ ଅନୁଗୁଳ – ଶନିବାର ଅନୁଗୁଳ ସାମ୍ବାଦିକ ଏକାଦଶ ଓ ଜିଲା ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ବନ୍ଧୁତ୍ୱ…
୭ ତାରିଖରୁ ଆରମ୍ଭ ହେଉଛି ଓ ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଗୁଳ – ଚଳିତ ମାସ ୭ ତାରିଖରୁ ଆରମ୍ଭ ହେଉଛି ଓ ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଣ୍ଟ । ଅନୁଗୁଳ ଓ ବିଭିନ୍ନ ଜିଲ୍ଲାର ଫୁଟବଲ ପ୍ରତିଭାମାନଂଙ୍କୁ…