ମୁଖ୍ୟ ଖବର ବିଷ ପିଇଲେ ପ୍ରେମିଯୁଗଳ Angul OnlineAugust 21, 2024August 21, 2024 ଅନୁଗୁଳ – ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ହିନ୍ଦୋଳ ଅଞ୍ଚଳରେ ଏଭଳି ଘଟଣା ଘଟିଥିବା ବେଳେ ଉଭୟ ଗୁରୁତର ଅବସ୍ଥାରେ ଏବେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ କଂସରା ଗାଁର ବିକାଶ ନାଥ ଓ ନିକଟ ଗାଁର ଜଣେ ନାବାଳିକା ସହ ପ୍ରେମ ସମ୍ପର୍କ ଥିଲା । ଉଭୟ ଗତକାଲି ବିବାହ କରିବା ପାଇଁ ଘର ଛାଡ଼ି ପଳାଇଥିଲେ । ତେବେ ଯୁବତୀ ଜଣଙ୍କ ନାବାଳିକା ହୋଇଥିବା ଯୋଗୁଁ ଉଭୟଙ୍କୁ ଉଭୟଙ୍କ ପରିବାର ବୁଝାସୁଝା କରିବା ପରେ ଯୁବତୀଙ୍କୁ ନିଜ ଘରକୁ ନେଇ ଆସିଥିଲେ । ତେବେ ଆଜି ସକାଳୁ ନାବଳିକାକୁ ରାସୋଳ ଜଙ୍ଗଲ ଓ ପ୍ରେମିକ କୁ ସାତମାଇଲ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଉଭୟ ବିଷ ପିଇ ଗୁରୁତର ଥିବା ବେଳେ ଉଭୟଙ୍କୁ ପ୍ରଥମେ ରାସୋଳ ମେଡ଼ିକାଲ ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।।ଉଭୟଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ରହିଛି । ସେପଟେ ଯୁବକଙ୍କ ମା ଉଭୟଙ୍କୁ ବିଷ ଦେଇ ମାରି ଦେବାକୁ ଉଦ୍ୟମ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । Advertisement
ଟ୍ରେନ ଧକ୍କାରେ ହାତୀ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ଜରପଡା ବନାଂଚଳର ଜରପଡା ଗ୍ରାମ ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୂର ରେଳ ଲାଇନରେ ରେଳ ଧକ୍କାରେ ଗୁରୁବାର ରାତିରେ ଗୋଟିଏ ଦନ୍ତା ହାତୀର…
ଅନୁଗୁଳ ଆସିବେ ଗୌତମ ଗାମ୍ଭୀର ଅନୁଗୁଳ – ଅନୁଗୁଳ ଆସିବେ ଗୌତମ ଗାମ୍ଭୀର । ଆସନ୍ତା ୨୫ ତାରିଖ ସେ ଅନୁଗୁଳ ଆସି ସ୍ଥାନୀୟ କଦମ ପଡ଼ିଆରେ ଅନୁଗୁଳ କ୍ରିକେଟ ସଂଘ (…
ପାଞ୍ଚ ଦିନ ସ୍କୁଲ ଛୁଟି – ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ କାଲି ଠାରୁ ୫ ଦିନ ଯାଏଁ ଛୁଟି ଘୋଷଣା କରିଛନ୍ତି…