ମୁଖ୍ୟ ଖବର ନିଖୋଜ ବୃଦ୍ଧ ହାତୀ ଆକ୍ରମଣରେ ମୃତ Angul OnlineJanuary 3, 2023January 3, 2023 ଅନୁଗୁଳ – ଅନୁଗୁଳ ବ୍ଲକ ହମାମିରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ଆଜି ମୃତ୍ୟୁ ହୋଇଛି ।ଘଟଣାସ୍ଥଳରେ ବନ୍ତଳା ପୁଲିସ ଓ ବନ ବିଭାଗ ପହଞ୍ଚି ତଦନ୍ତ କରୁଛନ୍ତି । ସୂଚନା ଅନୁଯାୟୀ ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳ ହମାମିରା ଗ୍ରାମର ନିତ୍ୟା ଗୋଛାୟତ(୫୫) ଗତକାଲି ବାହାରକୁ ଯାଇଥିବା ବେଳେ ଘରକୁ ଫେରିନଥିଲେ । ଏଥିପାଇଁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ତେବେ ଆଜି ନିତ୍ୟାଙ୍କ ମୃତ୍ୟୁ ଦେହ ଗାଁ ନିକଟରେ ଥିବା ଏକ ପଡ଼ିଆରେ ପଡିଥିବା ଦେଖିବାକୁ ମିଳିଥିଲା ।ପାରିପାର୍ଶ୍ବିକ ସ୍ଥିତିରୁ ନିତ୍ୟାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ତେବେ ଘଟଣାସ୍ଥଳରେ ବନ୍ତଳା ପୁଲିସ ଓ ବନ ବିଭାଗର କର୍ମଚାରୀ ମାନେ ପହଞ୍ଚି ତଦନ୍ତ କରିଛନ୍ତି । Advertisement
ଆମ୍ବୁଲାନ୍ସ ପାଖକୁ ରୋଗୀ ଆସୁ ଆସୁ ବାଟରେ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲାରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଗାଁକୁ ଆମ୍ବୁଲାନ୍ସ ଯାଇ ପାରି ନଥିବା ବେଳେ ଗାଁ ମୁଣ୍ଡରେ ଅଟକି…
ଟ୍ରଲର ଧକ୍କାରେ ଦୁଇ ମୃତ ପାଲଲହଡା – ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥାନ୍ତେ ଆଲୋକର ପର୍ବ ଦୀପାବଳି । କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ ।…
ଡାକ୍ତରଖାନା ପରିସରରେ ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ଔଷଧ ଅନୁଗୁଳ – ଅନୁଗୁଳ ଜିଲ୍ଲା କିଶୋରନଗର ଡାକ୍ତରଖାନା ପରିସରରେ ଭୟାବହ ଅଗ୍ନିକାଣ୍ଡ । ଡାକ୍ତରଖାନାର ଔଷଧ ଷ୍ଟୋର ରୁମରେ ନିଆଁ ଲାଗିଛି । ଯାହା ଫଳରେ ଲକ୍ଷାଧିକ…