ଅପରାଧ ବଜାର ଭିତରୁ ଡିକି ଭାଙ୍ଗି ନେଇଗଲେ ଏକ ଲକ୍ଷ ଟଙ୍କା (ଭିଡିଓ) Angul OnlineAugust 1, 2022August 1, 2022 ତାଳଚେର – ପୁଣି ମାତିଲେ ଡିକି ଲୁଟେରା । ଜନ ଗହଳି ପୂର୍ଣ୍ଣ ବଜାର ଭିତରୁ ଆଖି ପିଛୁଳାକେ ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ବଜାରରେ । ତାଳଚେର ରେମୁଆଁ ଅଞ୍ଚଳର ବିଦୂସ କୁମାର ମାଝୀ ନାମକ ଜଣେ ବ୍ୟକ୍ତି ତାଳଚେର SBI ବ୍ୟାଙ୍କରୁ ଏକ ଲକ୍ଷ ଟଙ୍କା ଉଠାଇ ତାଙ୍କ ମୋଟରସାଇକେଲ ଡିକିରେ ଟଙ୍କା ରଖିଥିଲେ । ସେଠାରୁ ସେ ଏକ ହାର୍ଡୱେୟାର ଦୋକାନକୁ ଯାଇ ଦୋକାନ ସାମନାରେ ମୋଟରସାଇକେଲ ରଖି ଦୋକାନ ଭିତରକୁ ଯାଇଥିଲେ । ସେହି ସମୟରେ ଦୁଇଜଣ ଦୁର୍ବୃତ୍ତ ମୋଟରସାଇକେଲରେ ଆସି ଡିକି ଭାଙ୍ଗି ଟଙ୍କା ନେଇ ଚମ୍ପଟ ମାରିଥିଲେ । ବିଦୂସ ଆସି ଦେଖିବା ବେଳେ ଟଙ୍କା ନଥିବାରୁ ଦୋକାନ ସିସି ଟିଭି ଜାଞ୍ଚ କରିଥିଲେ । ସିସି ଟିଭିରେ ଜଣେ ଦୁର୍ବୃତ୍ତ ଡିକି ଭାଙ୍ଗି ଟଙ୍କା ନେଉଥିବା ବେଳେ ଅନ୍ୟ ଜଣେ ମୋଟରସାଇକେଲରେ ଅପେକ୍ଷା କରି ରହିଥିଲା । ଆଉ ପ୍ରଥମ ଯୁବକ ଜଣଙ୍କ ଟଙ୍କା ନେଇ ଯିବା ପରେ ଅନ୍ୟ ଯୁବକ ଜଣଙ୍କ ସହ ମୋଟରସାଇକେଲରେ ଘଟଣା ସ୍ଥଳରୁ ଚମ୍ପଟ ମାରୁଥିବା ଦେଖିବାକୁ ମିଳିଛି । ଟଙ୍କା ଚୋରି ହେବା ପରେ ବିଦୂସ ତାଳଚେର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । https://angulonline.com/wp-content/uploads/2022/08/diki-bhangi.mp4 Advertisement
ଜଙ୍ଗଲରୁ ବନ୍ଧୁକ ଏବଂ ଧନୁ ତୀର ସହ ଶିକାରୀ ଗିରଫ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ବନାଞ୍ଚଳର ନିଜିଗଡ଼ ସଂରକ୍ଷିତ ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ୨ ଜଣ ଶିକାରୀଙ୍କୁ ଗିରଫ କରିଛି ପାଲଲହଡା ବନବିଭାଗ ।…
ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଅନୁଗୁଳ – ଫ୍ୟାନରେ ଝୁଲି ମହିଳାଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମର ଝୁନି ଅମାନ୍ତ ୨୨ବର୍ଷ ତଳେ କାଣ୍ଡସର ଗ୍ରାମରେ ବିବାହ…
ଟ୍ରେନରେ ମୁମ୍ବାଇ ଗଞ୍ଜେଇ ଚାଲାଣ ବେଳେ ଧରିଲା ରେଲୱେ ପୁଲିସ ଅନୁଗୁଳ – ଅନୁଗୁଳ ରେଳ ଷ୍ଟେସନ ନିକଟରେ ଆଜି (ସୋମବାର) ଦିନ ପ୍ରାୟ ଦଶଟା ବେଳେ ଭୁବନେଶ୍ୱରରୁ ଲୋକମାନ୍ୟତିଳକ ଯାଉଥିବା ଟ୍ରେନରୁ ଅନୁଗୁଳ ରେଲୱେ ପୁଲିସ ତିନୋଟି…