ମୁଖ୍ୟ ଖବର ଅଗ୍ନିକାଣ୍ଡରେ ୧୦ ଛେଳି ଜୀବନ୍ତ ଦଗ୍ଧ Angul OnlineMarch 6, 2023March 6, 2023 ଅନୁଗୋଳ – ଅନୁଗିଳ ଜିଲ୍ଲା ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ କୁସୁମପାଟରେ ଘର ପୋଡ଼ି ଘଟଣାରେ ଜଣେ ମହିଳା ଗୁରୁତର ହେବା ସହ ୧୦ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି । ସୂଚନା ମୁତାବକ , ରବିବାର ସଂଧ୍ୟାରେ ବିଦ୍ୟାଧର ଦେହୁରୀଙ୍କ ଘରେ ହଠାତ ନିଆଁ ଲାଗି ଯାଇଥିଲା । ଫଳରେ ବିଦ୍ୟାଧରଙ୍କ ସ୍ତ୍ରୀ ପୋଡ଼ି ହୋଇ ଆହତ ହୋଇଛନ୍ତି । ତାଙ୍କ ତିନି ବଖରା ଘରର ସମସ୍ତ ଆସବାବ ପତ୍ର ପୋଡି ଯାଇଥିବା ବେଳେ ଆଠରୁ ଦଶ ଛେଳି ମଧ୍ୟ ପୋଡି ହୋଇ ପ୍ରାଣ ହରାଇଛନ୍ତି । ଅନୁଗୋଳରୁ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ବିଦ୍ୟୁତ ସର୍ଟସାର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏଥିରେ ବିଦ୍ୟାଧର ଓ ସୁନୀଲ ଦେହୁରୀଙ୍କ ତିନି ଲକ୍ଷ ଟଙ୍କା ମୂଲ୍ୟର ସମ୍ପତ୍ତି ନଷ୍ଟ ହୋଇଥିବା ଜଣା ପଡ଼ିଛି । Advertisement
ଆମ୍ବୁଲାନ୍ସ- ଗ୍ୟାସ୍ ଟ୍ୟାଙ୍କର୍ ମୁହାଁମୁହିଁ ଧକ୍କା , ରୋଗୀ ସମେତ ୪ ମୃତ ଅନଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଜରପଡାଠାରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା ହୋଇଛି । ଆଜି ସକାଳ ପ୍ରାୟ…
ଟ୍ୟାଙ୍କର ଧକ୍କାରେ ଜଣେ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ପଥଚାରୀକୁ ଏଲପିଜି ଟ୍ୟାଙ୍କର ଧକ୍କା ଦେବା ଫଳରେ ପଥଚାରୀଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି…
୧୫ରୁ ୧୮ ବୟସ୍କଙ୍କୁ ହେବ ଟିକାକରଣ -୨୪ଟି କେନ୍ଦ୍ରରେ ୩୪ଶହଙ୍କୁ ମିଳିବ ଟିକା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ସୋମବାରଠାରୁ ୧୫ରୁ ୧୮ ବୟସ୍କଙ୍କୁ କୋଭିଡ ଟିକା ପ୍ରଦାନ କରାଯିବ । ଜିଲ୍ଲାର ୨୪ଟି କେନ୍ଦ୍ରରେ ୩ ହଜାର ୪ଶହ ଜଣଙ୍କୁ…