ଅପରାଧ ସହର ଉପକଣ୍ଠରୁ ୧୦୦ କେଜି ଗଞ୍ଜେଇ ଜବତ – ୨ ଗିରଫ Angul OnlineAugust 7, 2024August 7, 2024 ଅନୁଗୁଳ – ବୌଦ୍ଧ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଅନୁଗୁଳ ଅବକାରୀ ବିଭାଗ ହାବୁଡ଼ରେ ଧରା ପଡିଲେ ଦୁଇ ଗଞ୍ଜେଇ ବେପାରୀ । ସେମାନଙ୍କ ନିକଟରୁ ଜବତ ହେଲା ୧୦୦ କେଜି ଗଞ୍ଜେଇ । ସୂଚନା ଅନୁସାରେ ଆଜି ଅନୁଗୁଳ ପଞ୍ଚମହଲା ନିକଟରେ ଅବକାରୀ ବିଭାଗ ତରଫରୁ ପେଟ୍ରୋଲିଂ କରା ଯାଉଥିଲା । ଏହି ସମୟରେ ସମ୍ବଲପୁର ଦିଗରୁ ଆସୁଥିବା ଏକ କାର ଦ୍ରୁତ ଗତିରେ ପଳାଇଯିବାକୁ ଚେଷ୍ଟା କରୁଥିବା ବେଳେ ଅବକାରୀ ବିଭାଗ ଅଟକାଇ ଦେଇଥିଲା । ଜାଞ୍ଚ ବେଳେ କାରରୁ ୧୦୦ କେଜି ଗଞ୍ଜେଇ ଜବତ ହୋଇଥିଲା । ଗଞ୍ଜେଇ ଜବତ ପରେ କାରରେ ଥିବା ଦୁଇ ଜଣଙ୍କୁ ଗିରଫ କରିଥିଲା ଅବକାରୀ ବିଭାଗ । ଗିରଫ ଦୁଇଜଣ ହେଲେ କନ୍ଧମାଳ ଜିଲ୍ଲାର ନବୀନ ପାତ୍ର ଓ ଭିକୁନ ମହାକୁଡ଼ । ଏହି ଦୁଇ ଜଣ ବୌଦ୍ଧ ଜିଲ୍ଲାରୁ ଗଞ୍ଜେଇ ବାହାର ଜିଲ୍ଲାକୁ ଚୋରା ଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ ଅଧିକ ତଦନ୍ତ କରୁଛି । Advertisement
ସିମ ବ୍ଲକ ହୋଇଯିବ କହି ଠକିନେଲେ ଏକ ଲକ୍ଷ ୨୫ ହଜାର ଅନୁଗୁଳ – କେୱାଇସିରେ ତୁଟି ଯୋଗୁଁ ସିମ୍ ବ୍ଳକ୍ ହୋଇଯିବ କହି ଅନୁଗୁଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଜଣେ କର୍ମଚାରୀଙ୍କୁ ଟାର୍ଗେଟ କରିଥିଲେ ସାଇବର ଠକ ।…
ଦୁଇ ଏଟିଏମ ଲୁଟ ଉଦ୍ୟମ ବିଫଳ ଅନୁଗୁଳ – ଅନୁଗୁଳ ସହର ଉପରେ ଥିବା ଦୁଇଟି ଏଟିଏମ ଭାଙ୍ଗି ଦୁର୍ବୃତ୍ତ ମାନେ ଟଙ୍କା ଲୁଟ ଉଦ୍ୟମ କରିଥିବା ବେଳେ ଏଥିରେ ବିଫଳ ହୋଇଛନ୍ତି ।…
ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ – ଯୁବକ ଗିରଫ ଛେଣ୍ଡିପଦା – ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗରେ ପୁଲିସ ଘଟଣାର ତଦନ୍ତକରି ଜଣେ ଯୁବକକୁ ଗିରଫ କରି…