ମୁଖ୍ୟ ଖବର ବାପା-ଝିଅଙ୍କ ଉପରେ ଚଢ଼ିଗଲା ଟ୍ରକ – ଉଭୟ ମୃତ Angul OnlineMarch 14, 2022March 14, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ମୋଟରସାଇକେଲ ଉପରେ ଟ୍ରକ୍ ଚଢ଼ି ଯିବାରୁ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଖମାର ଗ୍ରାମର ସୁନୀଲ କୁମାର ସାହୁ ଏବଂ ଝିଅ ସଙ୍ଗୀତା ସାହୁ । ମୃତ ସୁନୀଲ କୁମାର ସାହୁ କଣିହାଁ ବ୍ଲକରେ ସହକାରୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରତ ଥିବାବେଳେ ଝିଅ ସଙ୍ଗୀତା ସମନ୍ବିତ ଶିଶୁ କଲ୍ୟାଣ ବିଭାଗ ଅଧୀନରେ ସୁପରଭାଇଜର ଭାବେ କାର୍ଯ୍ୟ କରୁଥିଲେ । ସକାଳୁ ସେମାନେ ନିଜ ଘରୁ କଣିହାଁ ଅଭିମୁଖେ ମୋଟରସାଇକେଲ ( ଓଡି ୦୬ ଡି ୮୭୦୨) ଯୋଗେ ଯାଉଥିବା ବେଳେ ତାଳଚେର ପଟୁ ଆସୁଥିବା ସିଜି ୦୬ ଜିକ୍ୟୁ ୭୭୪୪ ନମ୍ବର ବିଶିଷ୍ଟ ଟ୍ରକ୍ଟି ଧକ୍କା ଦେଇ ତାଙ୍କ ଉପରେ ଚଢ଼ିଯାଇଥିଲା । ଫଳରେ ଘଟଣାସ୍ଥଳରେ ବାପ-ଝିଅଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟପଟେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ୧୪୯କୁ ଅବରୋଧ କରାଯାଇଥିଲା । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ପୋଲିସ ମୁତୟନ କରାଯାଇଥିଲା । Advertisement
ବିନ୍ଦଲ କାରଖାନାରେ ଅଗ୍ନିକାଣ୍ଡ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନର୍ଗତ ବିନ୍ଦଲ ସ୍ପଞ୍ଜ ଆଇରନ ଫାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଥିବା ଜଣା ପଡିଛି…
ପୋଖରୀରେ ବୁଡି ଦୁଇ ନାବାଳକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁ ମଠ ପୋଖରୀରେ ବୁଡି ଦୁଇଜଣ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଦୁଇଜଣ ହେଲେ…
ସୁଭଦ୍ରା ହତ୍ୟା ଘଟଣାରେ ପୁଲିସକୁ ଦାୟୀ କରି ଏସ.ପି. ଅଫିସ ଘେରାଉ ଅନୁଗୁଳ – ୨୬ ତାରିଖ ଦିନ ଦ୍ବୀପହରରେ ନିଖୋଜ ହୋଇଗଲା ଯୁବତୀ । ତା ପୁଣି ଷ୍ଟେସନ ଯିବା ରାସ୍ତାରେ । ଆଉ ତାର ଚାରି ଦିନ…