ମୁଖ୍ୟ ଖବର ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ Angul OnlineApril 25, 2023April 25, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଗାଁରେ ମଙ୍ଗଳବାର ସକାଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଯେ, ଗାଁର ଅରକ୍ଷୀତ ସାହୁ ତାଙ୍କ ପୋଖରୀକୁ ସକାଳେ ଗାଧୋଇବାକୁ ଯାଉଥିଲେ। ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଗୁରୁର ଅବସ୍ଥାରେ ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘେଷଣା କରିଥିଲେ। ଏ ନେଇ ଖବର ପାଇବାପରେ ପୁଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି । ସେହିଭଳି ଜରପଡ଼ା ଥାନା ଅନ୍ତର୍ଗତ ବିମଳବେଡ଼ା ଗାଁରେ ସୋମବାର ବିଳମ୍ବିତ ରାତିରେ ଏକ ବାଇକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୂଚନା ଯେ, ଗାଁର ଶ୍ରୀକର ସାହୁ ୫୫ ନଂ ଜାତୀୟ ରାଜପଥ କଡ଼ରେ ଚାଲି ଚାଲି ଫେରୁଥିବା ବେଳେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଫରେ ଶ୍ରୀକର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସଙ୍ଗେସଙ୍ଗେ ଅନୁଗୁଳ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଏ ନେଇ ପରିବାର ତରଫରୁ ଅଭିଯୋଗ ହେବାପରେ ପୁଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି। Advertisement
ସରୁନି ତାଳଚେର ସାର କାରଖାନା କାମ – ଦୁଇଦୁଇ ଥର କଣ୍ଟ ବଢ଼ାଇଲେଣି ସରକାର ତାଳଚେର – ତାଳଚେର ସାର କାରଖାନାର ଶିଳାନ୍ୟାସକୁ ୫ ବର୍ଷ ପୂରିଲା , ହେଲେ ବି କାମ ସରୁ ନାହିଁ କି ଆସନ୍ତା ଏକ ବର୍ଷ ଭିତରେ…
ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ବଜାରପଡାରେ ବଜ୍ରପାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣେ ମହିଳାଙ୍କ ସମେତ ଦୁଇ ଜଣ ଗୁରୁତର ଆହତ…
ବାହାଘର ବେଳେ କୋଭିଡ ନିୟମ ଉଲ୍ଲଘଂନ କରିବା ପଡିଲା ମହଙ୍ଗା ତାଳଚେର – କୋଭିଡ ନିୟମ ଉଲ୍ଲଙ୍ଘନ କରି ବିବାହ ଉତ୍ସବ ପାଳନ କରିବା ପଡିଛି ମହଙ୍ଗା । ନିୟମ ଠାରୁ ଅଧିକ ସଂଖ୍ଯାରେ ଲୋକ ଜମା ହୋଇଥିବା…