ମୁଖ୍ୟ ଖବର ଟାଙ୍କି ନିର୍ମାଣ ବେଳେ ଚାଲିଗଲା ଦୁଇ ଜୀବନ Angul OnlineAugust 28, 2024August 28, 2024 ଆଠମଲ୍ଲିକ – ପାଇଖାନା ଟାଙ୍କି ସେଟରିଂ ଖୋଲିବା ବେଳେ ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଘଟିଛି । ସୂଚନା ଅନୁସାରେ ଗାଁର ଜଣେ ଶିକ୍ଷକଙ୍କ ଘର ପଛ ପାଖରେ ନିର୍ମାଣାଧୀନ ଏକ ପାଇଖାନା ଟାଙ୍କି ଛାତର ସେଟରିଂ ଖୋଲିବା ପାଇଁ ବାଇଜା ଗାଁର ରାଜମିସ୍ତ୍ରୀ ଆରତ ମିର୍ଧା ଓ ରେଙ୍ଗାଳବେଡା ଗାଁର ଶ୍ରମିକ ରୀନା ମାହାର ଟାଙ୍କି ଭିତରକୁ ଯାଇଥିଲେ । ତେବେ ବହୁତ ସମୟ ଧରି ବାହାରକୁ ନ ବାହାରିବାରୁ ସ୍ଥାନୀୟ ଲୋକ ଭିତରକୁ ଦେଖିଥିଲେ । ଦେଖିବା ବେଳକୁ ଉଭୟ ଚେତାଶୂନ୍ୟ ହୋଇ ଟାଙ୍କି ଭିତରେ ପଡିଥିବା ଦେଖିବାକୁ ପାଇଥିଲେ । ଉଭୟଙ୍କୁ ଗୁରତର ଅବସ୍ଥାରେ ଉଦ୍ଧାର କରି କିଶୋରନଗର ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । Advertisement
ଗାନ୍ଧୀଭବନ ପାଇଁ ସତ୍ୟାଗ୍ରହରେ କ୍ରୀଷ୍ଣା ମହାନ୍ତି – ପ୍ରଶାସନ ଦେଲା ସ୍ପଷ୍ଟିକରଣ ଅନୁଗୁଳ – ମହାତ୍ମା ଗାନ୍ଧୀ ୧୯୩୪ ମସିହା ମଇ ୬ ଓ ୭ ତାରିଖରେ ଦୁଇ ଦିନ ପାଇଁ ଅନୁଗୁଳରେ ରହିଥିଲେ । ବିହାରର ରାଜଧାନୀ ପାଟନାରୁ…
ସାଙ୍ଗ ବାପାଙ୍କ ମୃତ୍ୟୁରେ ସହାନୁଭୂତି ଜଣାଇବାକୁ ଯିବା ବେଳେ ଚାପିଦେଲା ଟ୍ରକ ଅନୁଗୋଳ – ସାଙ୍ଗର ବାପାଙ୍କ ମୃତ୍ୟୁର ଦୁଃଖ ସମୟରେ ସାଙ୍ଗକୁ ସହାନୁଭୂତି ଜଣାଇବାକୁ ଯାଉଥିଲେ । କିନ୍ତୁ ରାସ୍ତାରେ ଦୁର୍ଘଟଣା ଘଟି ମୃତ୍ୟୁ ହୋଇଗଲା । ଖନ୍ଦାନାଳୀ…
ନକଲି ବନ୍ଧୁକ ଦେଖାଇ ଆତଙ୍କ ରଚିଲା ପ୍ରେମିକ – ଥାନାରେ ଅଟକ ଅନୁଗୁଳ – ପ୍ରେମିକାର ବାହାଘର ଖବର ପାଇ ରହି ପାରିଲା ନାହିଁ ପ୍ରେମିକ । ଆଉ ପ୍ରେମିକାର ବାହାଘରରେ ପହଞ୍ଚି ଯାଇ ଆରମ୍ଭ କରି ଦେଇଥିଲା ଗଣ୍ଡଗୋଳ…