ମୁଖ୍ୟ ଖବର ସାରା ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ Angul OnlineJune 14, 2024June 14, 2024 ଭୁବନେଶ୍ୱର -(ଅନୁଗୁଳ ଅନଲାଇନ)- ଜୁଲାଇ ୧ , ୨୦୨୪ରୁ ସାରା ଦେଶରେ ଲାଗୁ ହେବ ନୂଆ ପୁଲିସ ଆଇନ । ୧୮୬୦ ମସିହାରୁ ଚାଲିଥିବା ବ୍ରିଟିଶ ନିୟମ ଖୁବଶୀଘ୍ର ଉଠିଯିବ। ଏ ନେଇ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସହିତ ପୋଲିସ ଡିଜିପି ଅରୁଣ ଷଡଙ୍ଗୀ ଆଲୋଚନା କରିଛନ୍ତି । ନୂଆ ଆଇନର କାର୍ଯ୍ୟକାରିତା ଉପରେ ବୈଠକରେ ଆଲୋଚନା ହୋଇଥିଲା । ସବୁ ରାଜ୍ୟର ଡିଜିପି ଭିସି ଦ୍ୱାରା ବୈଠକରେ ସାମିଲ ହୋଇଥିଲେ । ଫେବୃଆରୀ ମାସରେ ଏ ନେଇ ନୋଟିଫିକେସନ ଆସିଥିଲା । ଦେଶରୁ ହଟିବ ସିଆରପିସି, ଆଇପିସି ଓ ଏଭିଡ଼େନ୍ସ ଆକ୍ଟ। ଇଣ୍ଡିଆନ୍ ପେନାଲ୍ କୋଡ୍’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’, ‘କୋଡ୍ ଅଫ୍ କ୍ରିମିନାଲ୍ ପ୍ରୋସିଜିଓର’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍ ଏଭିଡେନ୍ସ୍ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ’ । ଏଥିରେ ପୂର୍ବରୁ ୫୧୧ଟି ସେକ୍ସନ୍ ଥିଲା, ଏବେ ୩୫୮ଟି ସେକ୍ସନ୍ ରହିବ । ୧୭୫ଟି ସେକସନ୍ ସଂଶୋଧନ କରାଯିବ । ପ୍ରାୟ ଦେଢ଼ ଶହ ବର୍ଷ ଧରି ଇଂରେଜ ଅମଳର ପୋଲିସ ଆଇନ ଚାଲି ଆସିଥିଲା । ଏ ନେଇ ନ୍ୟାସନ୍ୟାଲ କ୍ରାଇମ ରେକର୍ଡ ବ୍ୟୁରୋ ଓ ଷ୍ଟେଟ କ୍ରାଇମ ରେକର୍ଡ ବ୍ୟୁରୋ ସହ ମିଳିତ ଆଲୋଚନା ଚାଲିଛି । ଏହି ନୂଆ ନିୟମକୁ କାର୍ଯ୍ୟକାରୀ କରିବା ପାଇଁ ଯାହା ପ୍ରାବଧାନ ରହିଛି ସେ ନେଇ ବରିଷ୍ଠ ଆଇପିଏସ ମାନଙ୍କ ସହ ଆଲୋଚନା କରିଛନ୍ତି ଡିଜିପି । କ୍ରାଇମବ୍ରାଞ୍ଚବ୍ରାଞ୍ଚ ଆଡିସିନାଲ ଡିଜି ଅରୁଣ ବୋଥ୍ରାଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି । ଅଡିସିନାଲ ଚିଫ ସେକ୍ରେଟାରୀଙ୍କ ନେତୃତ୍ୱରେ ଏକ ଷ୍ଟିଅରିଂ କମିଟି ଗଠନ ହୋଇଛି । କେନ୍ଦ୍ରର ଗୃହ ସଚିବ ଏ ନେଇ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପି ଭିସିରେ ରହି କାର୍ଯ୍ୟକାରିତା ଦିଗରେ ଅଧିକ ଆଲୋଚନା କରିଛନ୍ତି। ଏ ନେଇ ପୋଲିସ ଅଧିକାରୀ ମାନଙ୍କୁ ତାଲିମ ମଧ୍ୟ ଦିଆଯାଇଛି । ଜୁଲାଇ ୧ ମଧ୍ୟରେ ଯେତିକି କେସ ରୁଜୁ ହୋଇଥିବ ତାହା ପୁରୁଣା ସିଆରପିସି ଅଧୀନରେ ଟ୍ରାଏଲ କରାଯିବ । କିନ୍ତୁ ଏହାପରେ ଭାରତୀୟ ନ୍ୟାୟ ସଂହିତା ମୁତାବକ ବିଚାର କରାଯିବ ବୋଲି ସୂଚନା ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । https://angulonline.com/odia/wp-content/uploads/2024/06/WhatsApp-Video-2024-06-14-at-16.53.24.mp4 Advertisement
ସଂଗ୍ରାମର ମାଟି ଅନୁଗୁଳ – ମୁଖ୍ୟମନ୍ତ୍ରୀ 👉 ୧୮୦୦ କୋଟି ମୂଲ୍ୟର ପ୍ରକଳ୍ପ ଶୁଭାରମ୍ଭ 👉 ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ଅନୁଗୁଳ – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ…
ନକଲି ମଦ କାରଖାନା ଠାବ ଅନୁଗୁଳ – ଅନୁଗୁଳ ଅବକାରୀ ବିଭାଗକୁ ମିଳିଛି ଏକ ବଡ ସଫଳତା । ଜିଲ୍ଲା ସଦର ମହକୁମା ଉପକଣ୍ଠ ରେ ଚାଲିଥିବା ଏକ ନକଲି ମଦ ଫ୍ୟାକ୍ଟେରି…
ଅନୁଗୁଳ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆସନ୍ତାକାଲି(ବୁଧବାର) ଠାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ସହର ସହ ଗାଁକୁ ଯୋଡ଼ିବା ଲକ୍ଷ୍ୟ ନେଇ ଆରମ୍ଭ ହେଉଥିବା…