ମୁଖ୍ୟ ଖବର ଗୁଳିମାଡରେ ଜଣେ ଗୁରୁତର Angul OnlineAugust 4, 2024August 4, 2024 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ଆମ୍ବସରମୁଣ୍ଡା ପଞ୍ଚୟତ ଜନକପୁର ଗ୍ରାମରେ ଗୁଳିମାଡ଼ ହୋଇଛି l ଗୁଳିମାଡ଼ରେ ଜନକପୁର ଗ୍ରାମର ଧୃବ ନାୟକ ଗୁରୁତର ହୋଇଛନ୍ତି l ଧୃବ ନାୟକର ବାମ ଗୋଡ଼ଗୁଳି ବାଜି ଥିବାରୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଠମଲ୍ଲିକ ଚିକିତ୍ସାଳୟ ଓ ପରେ ଅବସ୍ଥା ସଂକଟାପନ୍ନ ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳୁ ଧୃବ ନାୟକ ଜଙ୍ଗଲକୁ ଛତୁ ସଂଗ୍ରହ କରିବାକୁ ଯାଇଥିଲା । ଛତୁ ସଂଗ୍ରହ କରୁଥିବା ସମୟରେ କୌଣସି ଶିକାରୀଙ୍କ ବନ୍ଧୁକ ଗୁଳି ଧୃବ ନାୟକର ବାମ ଗୋଡ଼ରେ ବାଜିଥିଲା । ଶିକାରୀ ମାନେ ଜନ୍ତୁ ଶିକାର କରିବାକୁ ଯାଇ ଏଭଳି ଗୁଳି କରିଥିବା ସନ୍ଦେହ କରାଯାଉଛି । Advertisement
କୋର ଏରିଆରେ ୟୁଟ୍ଯୁବରଙ୍କ ବଣଭୋଜି- ଭିଡିଓ ଭାଇରାଲ ପରେ ବନ ବିଭାଗର ତଦନ୍ତ ଅନୁଗୁଳ – ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ । ଏହି ପ୍ରାକୃତିକ ପରିବେଶ ଭରା ଅଭୟାରଣ୍ୟର ସୁରକ୍ଷା ପାଇଁ ବନ ବିଭାଗର ଅନେକ କଡା କଡି ନିୟମ…
ଘରୁ ଘୋଷାଡ଼ି ଆଣିଲା ହାତୀ – ସ୍ତ୍ରୀ ମୃତ ସ୍ଵାମୀ ଗୁରୁତର ତାଳଚେର – ଘରେ ଶୋଇଥିବା ବେଳେ ଘର ଭାଙ୍ଗିବା ସହ ଦମ୍ପତ୍ତିଙ୍କୁ ହାତୀ ଘୋଷାଡ଼ି ଆଣିଲା । ଆଉ ଏହି ହାତୀ ଆକ୍ରମଣ ଫଳରେ ଘଟଣା ସ୍ଥଳରେ…
ଯୁବକଙ୍କୁ ଗଳା କାଟି ହତ୍ୟା ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି । ମୃତ ଯୁବକଙ୍କ ବେକରେ କୌଣସି ଧାରୁଆ ଅସ୍ତ୍ରରେ…