ମୁଖ୍ୟ ଖବର ୫୫ ନମ୍ବର ଜାତୀୟ ରାଜପଥରେ ପୁଣି ଗଡ଼ିଲା ମୁଣ୍ଡ Angul OnlineAugust 6, 2024August 6, 2024 ଅନୁଗୁଳ – ଜାତୀୟ ରାଜପଥ ୫୫ ପୁଣି ନେଲା ଜୀବନ । ଅଜଣା ଗାଡି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ କରଡାଗାଡ଼ିଆ ଗାଁର କାଶୀନାଥ ତୁଙ୍ଗ ବୋଲି ଜଣାପଡିଛି । ସୂଚନା ଅନୁସାରେ ଆଜି କରଡ଼ାଗାଡ଼ିଆ ଗାଁର କାଶୀନାଥ ତୁଙ୍ଗ (୭୨)ଆଜି ସକାଳ ୬ଟା ବେଳକୁ ସାଇକେଲ ଧରି ଠାକୁର ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିଲେ । ତେବେ ୫୫ ନମ୍ବର କରଡାଗାଡ଼ିଆ ଛକ ଠାରେ ତାଙ୍କୁ କୌଣସି ଗାଡି ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଗାଡି ଟି ଦ୍ରୁତ ଗତିରେ ଫେରାର ହୋଇ ଯାଇଥିଲା । ଅନ୍ୟପଟେ ଦୁର୍ଘଟଣାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା । ଉତ୍ତ୍ୟକ୍ତ ଲୋକ ଜାତୀୟ ରାଜପଥ କରିବା ଫଳରେ ରାଜପଥରେ ଶହ ଶହ ଗାଡି ଅଟକି ରହିଥିଲା । ଖବର ପାଇ ଅନୁଗୁଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା ।ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ କରୁଛି। Advertisement
ପିକଅପକୁ ଧକ୍କା ଦେଲା ଟ୍ରକ – ଜଣେ ମୃତ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ମୁକ୍ତାପୁର ଗ୍ରାମ ନିକଟ ଜାତୀୟ ରାଜପଥ-୪୯ ଉପରେ ଏକ ପିକଅପ ଗାଡି କୁ ଟ୍ରକ ଧକ୍କା ଦେବା ଫଳରେ…
କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠର ସୁସୁଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଜଣେ କଲେଜ ଛାତ୍ରୀ ବେକରେ ରଶି ଦେଇ ଆତ୍ମହତ୍ୟା କରିଛନ୍ତି । ମୃତ କଲେଜ…
ଏୟାରଫୋର୍ସ କର୍ମଚାରୀ ନାମରେ ବଧୁହତ୍ୟା ଅଭିଯୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରୁ ହିନ୍ଦୋଳ ଅଞ୍ଚଳରେ ବିବାହ କରିଥିବା ଜଣେ ଝିଅର ସନ୍ଦେହଜନକ ମୃତ୍ୟୁ ହୋଇଛି । ପଞ୍ଜାବରେ ସ୍ଵାମୀଙ୍କ ସହ ରହୁଥିବା…