ଅପରାଧ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ Angul OnlineSeptember 11, 2024September 11, 2024 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜୈନେକ ମହିଳାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ଛେଣ୍ଡିପଦା ଥାନା ଅଞ୍ଚଳର ହଳଧର ମାଝୀ । ପୁଲିସ ସୂତ୍ରରୁ ପ୍ରକାଶ ଯେ ଛେଣ୍ଡିପଦା ଥାନା ଅଞ୍ଚଳର ହଳଧର ମାଝୀ ଗତ ୬ ତାରିଖ ଦିନ ସେହି ଗ୍ରାମର ଜଣେ ମହିଳାଙ୍କୁ ଘରେ କେହି ନଥିବାର ସୁଯୋଗ ନେଇ ଯୋର ଜବରଦସ୍ତି ଦୁଷ୍କର୍ମ କରିଥିଲେ । ଏହି ଘଟଣା ସମ୍ପର୍କରେ କାହାକୁ କହିଲେ ତାଙ୍କର ଛୋଟ ଶିଶୁକୁ ମାରି ଦେବାର ଧମକ ଦେଇଥିଲେ । ଏପରିକି ଆଗରୁ ମଧ୍ୟ ମହିଳାଙ୍କୁ ବିଭିନ୍ନ ଧମକ ଦେଇ ଦୁଷ୍କର୍ମ କରିଛି । ଏ ନେଇ ମହିଳା ଜଣଙ୍କ ଭୟଭୀତ ହୋଇ ଦୀର୍ଘ ଦିନ ଚୁପ ରହିବା ପରେ ସାହସ ବାନ୍ଧି ଛେଣ୍ଡିପଦା ଥାନାରେ ଦ୍ୱାରସ୍ଥ ହେବା ସହିତ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି ଛେଣ୍ଡିପଦା ଥାନା ଅଧିକାରୀ ବିଭୁଦତ୍ତ ରାଉତରାୟ ଛେଣ୍ଡିପଦା ଥାନା କେସ ନଂ ୩୭୬/୨୪ରେ ଏକ ମାମଲା ରୁଜୁ କରିବା ସହିତ ହଳଧର ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । Advertisement
ମହିଳାଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ ଅନୁଗୁଳ – ଅନୁଗୁଳ ଜିଲ୍ଲା ହେମସୁରପଡା ଠାରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଠାକୁର ଘରେ ପୂଜା କରୁଥିବା ବେଳେ ଜଣେ ମହିଳାଙ୍କ…
ପୁଅର ଟାଙ୍ଗିଆ ଚୋଟରେ ବାପ ମୃତ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଜରପଡା ଥାନା କଞ୍ଜରା ଗ୍ରାମରେ ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କଞ୍ଜରା ରାଜବୁରୀ…
ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଚୋରୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ସୂଚନା…