ଥାନା ଅଧିକାରୀଙ୍କୁ ଗାଡି ଚପାଇ ହତ୍ୟା ଉଦ୍ୟମ – ପୁଲିସର ତଦନ୍ତ

ଅନୁଗୁଳ –  ଥାନା ଅଧିକାରୀଙ୍କୁ ରାତି ଅଧରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ କରାଯାଇଛି । ଏମିତି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ସହରରେ । ପୁଲିସ ଏକ ମାମଲା ରୁଜୁ କରି ଘଟଣାର ଛାନ୍‌ଭିନ୍ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଅନୁଗୁଳ ସାଇବର ଥାନା ଅଧିକାରୀ ଇନ୍‌ସ୍ପେକ୍ଟର ଖଲେଶ୍ବର ସେଠୀ ଗତ ୧୮ ତାରିଖ ରାତି ପ୍ରାୟ ସାଢ଼େ ୧୧ଟା ସମୟରେ ଥାନା କାମ ସାରି ଫେରୁଥିଲେ । ଏହି ସମୟରେ ବୁଢ଼ୀ ଠାକୁରାଣୀ ଛକ ନିକଟରେ ଏକ ବସ୍ (ଓଡି-୦୫-ଏବି-୧୭୬୫) ତାଙ୍କ ଉପରକୁ ମାଡ଼ି ଆସିଥିଲା । ତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରିବାକୁ ଡ୍ରାଇଭର୍ ଉଦ୍ୟମ କରିଥିଲା ବେଳେ ପୁଲିସ ଅଧିକାରୀ ଜଣଙ୍କ ରାସ୍ତାକଡ଼କୁ ଚାଲିଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ । ଏହା ପରେ ଡ୍ରାଇଭର୍ ଓ ତାଙ୍କର ଅନ୍ୟ ଦୁଇ ସ‌ହ‌ଯୋଗୀ ଗାଡ଼ିରୁ ଓହ୍ଲାଇ ଥାନା ଅଧିକାରୀଙ୍କୁ ଗାଳିଗୁଲଜ କରିବା ସହ ଜାତିକୁ ନେଇ ଆକ୍ଷେପ କରିଥିଲେ । ପରେ ଥାନା ଅଧିକାରୀ ଶ୍ରୀ ସେଠୀ ଅନୁଗୁଳ ଥାନାକୁ ଏ ସଂପର୍କରେ ଜଣାଇବାରୁ ଜଣେ ପୁଲିସ ଅଧିକାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ ।

ଏ ନେଇ ସେ ଗତକାଲି ଥାନାରେ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

Advertisement

Leave a Reply

Your email address will not be published. Required fields are marked *

You cannot copy content of this page